ଦିଲ୍ଲୀ ଫେରନ୍ତାଙ୍କୁ ନେଇ ଚିନ୍ତା ବଢ଼ିଲା, ସର୍ଭିଲାନ୍ସ ବଢ଼ାଇବାକୁ ନିର୍ଦ୍ଦେଶ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା କମ୍ ଥିଲେ ମଧ୍ୟ ଦିଲ୍ଲୀ ଓ ଏହାର ନିକଟବର୍ତ୍ତୀ ଅଂଚଳରେ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ରାଜ୍ୟ ସରକାର ଆଗୁଆ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିଛନ୍ତି । ଦିଲ୍ଲୀରୁ ଉଭୟ ବିମାନ ଓ ରେଳପଥରେ ଆସୁଥିବା ଯାତ୍ରୀଙ୍କ ଉପରେ ତୀକ୍ଷ୍ଣ ନଜର ରଖି ସର୍ଭିଲାନ୍ସ ବୃଦ୍ଧି କରିବାକୁ ସ୍ୱାସ୍ଥ୍ୟ ବିଭାଗ ନିର୍ଦ୍ଦେଶ ଦେଇଛି । ରାଜ୍ୟ ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ଆରକେ ଶର୍ମା ଆଜି […]

Airport

Airport

Ordigital Desk
  • Published: Wednesday, 04 May 2022
  • Updated: 04 May 2022, 07:08 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା କମ୍ ଥିଲେ ମଧ୍ୟ ଦିଲ୍ଲୀ ଓ ଏହାର ନିକଟବର୍ତ୍ତୀ ଅଂଚଳରେ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ରାଜ୍ୟ ସରକାର ଆଗୁଆ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିଛନ୍ତି । ଦିଲ୍ଲୀରୁ ଉଭୟ ବିମାନ ଓ ରେଳପଥରେ ଆସୁଥିବା ଯାତ୍ରୀଙ୍କ ଉପରେ ତୀକ୍ଷ୍ଣ ନଜର ରଖି ସର୍ଭିଲାନ୍ସ ବୃଦ୍ଧି କରିବାକୁ ସ୍ୱାସ୍ଥ୍ୟ ବିଭାଗ ନିର୍ଦ୍ଦେଶ ଦେଇଛି ।

ରାଜ୍ୟ ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ଆରକେ ଶର୍ମା ଆଜି ଏନେଇ ସୂଚନା ଦେଇ କହିଛନ୍ତି ଯେ, ଦିଲ୍ଲୀ ଓ ତା’ର ପାର୍ଶ୍ୱବର୍ତ୍ତୀ ଅଂଚଳରେ କୋଭିଡ୍ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାବେଳେ ପ୍ରତ୍ୟେକ ଦିନ ଓଡ଼ିଶାକୁ ଉଭୟ ବିମାନ ଓ ରେଳରେ ଲୋକମାନେ ଆସୁଛନ୍ତି । ତେଣୁ ଏହାକୁ ଦୃଷ୍ଟିରେ ରଖି ବିଭିନ୍ନ ବିମାନ ବନ୍ଦର ଓ ରେଳ ଷ୍ଟେସନରେ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସଠିକ୍ ଭାବେ ସତର୍କତାମୂଳକ ପଦକ୍ଷେପ ସ୍ୱରୂପ ତଦାରଖ, ଯୋଜନା, ସମନ୍ୱୟ ଓ ଏହାକୁ କିପରି ଠିକ୍ ଭାବେ ଲାଗୁ କରାଯାଇ ପାରିବ ସେ ନେଇ ପଦକ୍ଷେପ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଏହାଫଳରେ ରାଜ୍ୟରେ କୋଭିଡ୍ ସଂକ୍ରମଣ ବ୍ୟାପିବାକୁ ରୋକାଯାଇ ପାରିବ ବୋଲି ସେ କହିଛନ୍ତି ।

ସୂଚନାଯୋଗ୍ୟ, ରାଜ୍ୟ ଗତକାଲି ମୋଟ ୧୦ଜଣ ନୂଆ କୋଭିଡ୍ ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ମୋଟ ୯୨ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos