ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): କର୍ମଜୀବୀ ସାମ୍ୱାଦିକଙ୍କ ପାଇଁ ସ୍ୱାସ୍ଥ୍ୟ ବୀମା। ୨୦୧୮ ଜୁନ୍ ପହିଲାରୁ ଏହାକୁ ଲାଗୁ କରାଯିବ। “ଗୋପବନ୍ଧୁ ସାମ୍ୱାଦିକ ସ୍ୱାସ୍ଥ୍ୟ ବୀମା ଯୋଜନା”ରେ ସାମ୍ୱାଦିକଙ୍କୁ ସ୍ୱାସ୍ଥ୍ୟ ବୀମା ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି।
“ଗୋପବନ୍ଧୁ ସାମ୍ୱାଦିକ ସ୍ୱାସ୍ଥ୍ୟ ବୀମା ଯୋଜନା”ରେ କର୍ମଜୀବୀ ସାମ୍ୱାଦିକଙ୍କ ସମେତ ତାଙ୍କ ପରିବାରର ୫ ଜଣ ସଦସ୍ୟ ଏହି ସ୍ୱାସ୍ଥ୍ୟ ବୀମା ଯୋଜନାରେ ୨ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସହାୟତା ପାଇପାରିବେ। ସ୍ୱାସ୍ଥ୍ୟ ବୀମା କାର୍ଡ଼ ଗୁଡ଼ିକ ସମ୍ପୃକ୍ତ ସାମ୍ୱାଦିକମାନଙ୍କୁ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀଙ୍କ ଜରିଆରେ ବଣ୍ଟନ କରାଯିବ। ହିତାଧିକାରୀମାନେ ସେମାନଙ୍କ ସ୍ୱାସ୍ଥ୍ୟ ବୀମା ଆଇଡିଣ୍ଟିଫିକେସନ୍ ନମ୍ୱର ବ୍ୟବହାର କରି ଏହି ସୁବିଧା ୨୦୧୮ ଜୁନ୍ ପହିଲାରୁ ପାଇପାରିବେ। ପ୍ରଥମ ପର୍ଯ୍ୟାୟରେ ୩୨୩୩ ଜଣ ସାମ୍ୱାଦିକଙ୍କୁ ଏହି ଯୋଜନାରେ ଅନ୍ତର୍ଭୁକ୍ତ କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।