ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ସମ୍ବଲପୁରର ମଝିପାଲିସ୍ଥିତ ସରକାରୀ ହୋମିଓପ୍ୟାଥି କଲେଜର ଛାତ୍ରୀମାନଙ୍କୁ ର୍ୟାଗିଂ ନାଁରେ ଯୌନ ନିର୍ଯାତନା ଦିଆଯାଉଥିବା ଅଭିଯୋଗ ପରେ ରାଜ୍ୟ ସରକାର ଏହି ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି।
ରାଜ୍ୟ ସ୍ୱାସ୍ଥ୍ୟ ମନ୍ତ୍ରୀ ନବକିଶୋର ଦାସ ଏହି ଯୌନ ନିର୍ଯାତନା ଘଟଣାର ତଦନ୍ତ କରି ୩ଦିନ ମଧ୍ୟରେ ରିପୋର୍ଟ ପ୍ରଦାନ କରିବା ସହ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।
ସୂଚନା ଅନୁସାରେ, ସମ୍ବଲପୁରର ମଝିପାଲିସ୍ଥିତ ସରକାରୀ ହୋମିଓପ୍ୟାଥି କଲେଜର ୪ଜଣ ଛାତ୍ରୀଙ୍କୁ ଯୌନ ନିର୍ଯାତନା ଦିଆଯାଉଥିବା ଖବର ଗଣମାଧ୍ୟମରେ ପ୍ରକାଶ ପାଇବା ପରେ ସ୍ୱାସ୍ଥ୍ୟ ମନ୍ତ୍ରୀ ଶ୍ରୀ ଦାସ ଏହି ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ତେବେ ନିଜ ବିଭାଗର ସଚିବଙ୍କୁ ଚିଠି ଲେଖି ଜଣେ ବରିଷ୍ଠ ବିଭାଗୀୟ ଅଧିକାରୀଙ୍କ ଦ୍ୱାରା ଅଭିଯୋଗର ତଦନ୍ତ ଓ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ତାଙ୍କୁ ରିପୋର୍ଟ ପ୍ରଦାନ କରିବାକୁ କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।