ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ପରଲୋକ

ମନ୍ତ୍ରୀ ନବ ଦାସ ଏକ କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ବ୍ରଜରାଜନଗର ଯାଇଥିଲେ। କାର୍ଯ୍ୟକ୍ରମ ସ୍ଥଳ ନିକଟରେ ସେ ଗାଡ଼ିରୁ ଓହ୍ଲାଇବା ମାତ୍ରେ ତାଙ୍କ ଉପରକୁ ଗୁଳି ମାଡ଼ ହୋଇଥିଲା।

Naba Das PhotoInternet

ସ୍ୱର୍ଗତ ନବ ଦାସ

Jitendra Garnayak
  • Published: Sunday, 29 January 2023
  • Updated: 29 January 2023, 08:39 PM IST

Sports

Latest News

ଆସିଛି ବଡ଼ ଦୁଃଖଦ ଖବର। ଚାଲିଗଲେ ସ୍ୱାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ। ଜଣେ ପୁଲିସ୍ ଏଏସ୍‌ଆଇଙ୍କ ଗୁଳିମାଡ଼ରେ ଗୁରୁତର ଆହତ ହୋଇଥିବା ନବ ଦାସ ଚିକିତ୍ସାଧୀନ ଅବସ୍ଥାରେ ଭୁବନେଶ୍ୱରର ଆପୋଲୋ ହସ୍‌ପିଟାଲ୍‌ରେ ଶେଷ ନଃଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୬୧ ବର୍ଷ ହୋଇଥିଲା। 

ନବ ଦାସଙ୍କ ବାମ ଛାତିରେ ଗୁଳି ବାଜିଥିଲା। ଗୁଳି ମାଡ଼ରେ ତାଙ୍କ ହୃତପିଣ୍ଡ ଓ ଫୁସ୍‌ଫୁସ୍‌ କ୍ଷତିଗ୍ରସ୍ତ ହୋଇଥିଲା। ଫଳରେ ପ୍ରବଳ ରକ୍ତସ୍ରାବ ହୋଇଥିଲା। ଆପୋଲୋ ହସ୍‌ପିଟାଲ୍‌ରେ ଡାକ୍ତର ଦେବାଶିଷ ନାୟକଙ୍କ ନେତୃତ୍ୱରେ ଏକ ଟିମ୍ ତାଙ୍କର ଅସ୍ତ୍ରୋପଚାର କରିଥିଲେ। ଶରୀରର କ୍ଷତିଗ୍ରସ୍ତ ଅଙ୍ଗଗୁଡ଼ିକୁ ଅସ୍ତ୍ରୋପଚାର ଦ୍ୱାରା ଠିକ୍ କରାଯାଇଥିଲା ଓ ତାଙ୍କ ସ୍ୱାସ୍ଥ୍ୟାବସ୍ଥାରେ ଉନ୍ନତି ଆଣିବା ପାଇଁ ପ୍ରୟାସ କରାଯାଇଥିଲା। ତେବେ ଡାକ୍ତରଙ୍କ ସମସ୍ତ ଚେଷ୍ଟା ସତ୍ତ୍ୱେ ନବ ଦାସ ଜୀବନ ଯୁଦ୍ଧରେ ହାରି ଯାଇଥିଲେ।    

ଝାରସୁଗୁଡ଼ା ଜିଲ୍ଲା ବ୍ରଜରାଜନଗରର ଗାନ୍ଧି ଛକରେ ଦିନ ପ୍ରାୟ ସାଢ଼େ ୧୧ଟା ବେଳେ ନବ ଦାସଙ୍କ ଉପରକୁ ଗୁଳି ମାଡ଼ କରାଯାଇଥିଲା। ତାଙ୍କୁ ପ୍ରଥମେ ଝାରସୁଗୁଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। କିନ୍ତୁ ଅବସ୍ଥା ସଙ୍କଟାପନ୍ନ ଥିବାରୁ ତାଙ୍କୁ ଏୟାର ଲିଫ୍ଟ କରି ଭୁବନେଶ୍ୱର ଆଣି ଆପୋଲୋ ହସ୍‌ପିଟାଲ୍‌ରେ ଭର୍ତ୍ତି କରାଯାଇଥିଲା।

ନବ ଦାସ ଏକ କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ବ୍ରଜରାଜନଗର ଯାଇଥିଲେ। କାର୍ଯ୍ୟକ୍ରମ ସ୍ଥଳ ନିକଟରେ ସେ ଗାଡ଼ିରୁ ଓହ୍ଲାଇବା ମାତ୍ରେ ତାଙ୍କ ଉପରକୁ ଗୁଳି ମାଡ଼ ହୋଇଥିଲା। ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ତାଙ୍କୁ ଡାକ୍ତରଖାନାକୁ ନିଆଯାଇଥିଲା।

Also Read

ବ୍ରଜରାଜନଗରର ଗାନ୍ଧି ଛକ ପୁଲିସ ଆଉଟପୋଷ୍ଟରେ ଏଏସ୍‌ଆଇ ଗୋପାଳ ଦାସ ତାଙ୍କ ଉପରକୁ ଗୁଳି କରିଥିଲେ। ସେ ମନ୍ତ୍ରୀଙ୍କ ଉପରକୁ କାହିଁକି ଗୁଳି ଚଳାଇଲେ ତାହା ଜଣାପଡ଼ିନି। ଘଟଣା ପରଠାରୁ ପୁଲିସ୍ ତାଙ୍କୁ ପଚରାଉଚରା କରୁଥିବା ବେଳେ ଘଟଣାର ତଦନ୍ତ ଭାର କ୍ରାଇମବ୍ରାଞ୍ଚକୁ ଦିଆଯାଇଛି। ବ୍ୟକ୍ତିଗତ ଆକ୍ରୋଶରୁ ଏହି ଘଟଣା ଘଟିଥିବା ଅନୁମାନ କରାଯାଉଛି। ଅନ୍ୟପକ୍ଷରେ ଗୁଳି ମାରିଥିବା ପୁଲିସ୍ କର୍ମଚାରୀ ବାଇପୋଲାର ଡିଜ୍‌ଅର୍ଡର ଭଳି ରୋଗରେ ପୀଡ଼ିତ ବୋଲି ଜଣାପଡ଼ିଛି।

ନବ ଦାସ ତିନି ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ୨୦୦୯ ଓ ୨୦୧୪ରେ ସେ କଂଗ୍ରେସ ଟିକେଟ୍‌ରେ ଝାରସୁଗୁଡ଼ା ବିଧାନସଭା ଆସନରୁ ବିଜୟୀ ହୋଇଥିଲେ। ୨୦୧୯ ନିର୍ବାଚନ ପୂର୍ବରୁ ସେ କଂଗ୍ରେସରୁ ଇସ୍ତଫା ଦେଇ ବିଜେଡିରେ ଯୋଗ ଦେଇଥିଲେ। ୨୦୧୯ ନିର୍ବାଚନରେ ଝାରସୁଗୁଡ଼ା ବିଧାନସଭା ଆସନରୁ ସେ ପ୍ରାର୍ଥୀ ହୋଇଥିଲେ ଓ ବିଜୟୀ ହୋଇଥିଲେ। ଏହା ପରେ ସେ ସ୍ୱାସ୍ଥ୍ୟ ଭଳି ଏକ ଗୁରୁତ୍ୱପୂର୍ଣ୍ଣ ବିଭାଗର ମନ୍ତ୍ରୀ ହୋଇଥିଲେ। 

ସମସ୍ତେ ମର୍ମାହତ

ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କ ବିୟୋଗ ଖବର ପାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆପୋଲୋ ହସ୍‌ପିଟାଲ୍‌ରେ ପହଞ୍ଚିଥିଲେ। ସେ ନବ ଦାସଙ୍କୁ ଶ୍ରଦ୍ଧାଞ୍ଜଳି ଦେବା ସହିତ ତାଙ୍କ ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ନବ ଦାସଙ୍କ ବିୟୋଗରେ ସେ ଦୁଃଖିତ ଓ ମର୍ମାହତ। ନବ ଦାସ ତାଙ୍କ ସରକାର ଓ ଦଳର ଆସେଟ୍ ଥିଲେ। ଡାକ୍ତରଙ୍କ ସମସ୍ତ ଚେଷ୍ଟା ସତ୍ତ୍ୱେ ଆମେ ତାଙ୍କୁ ହରାଇଲୁ। ସେ ରାଜ୍ୟର ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଲୋକଙ୍କ ପାଇଁ ଉଲ୍ଲେଖନୀୟ କାର୍ଯ୍ୟ କରିଛନ୍ତି। ତାଙ୍କର ମୃତ୍ୟୁ ରାଜ୍ୟ ପାଇଁ ଅପୂରଣୀୟ କ୍ଷତି।

ମୁଖ୍ୟମନ୍ତ୍ରୀଙ୍କ ସହିତ ପ୍ରାୟ ସମସ୍ତ ମନ୍ତ୍ରୀ ଓ ବହୁ ବିଧାୟକ ହସ୍‌ପିଟାଲ୍‌ରେ ପହଞ୍ଚିଥିଲେ। ସମସ୍ତେ ନବ ଦାସଙ୍କ ମୃତ୍ୟୁରେ ମର୍ମାହତ ହୋଇଛନ୍ତି। ସେମାନେ ଦୁଃଖ ପ୍ରକାଶ କରିବା ସହିତ ସ୍ୱର୍ଗତ ଦାସଙ୍କ ପରିବାର ଲୋକଙ୍କୁ ସମବେଦନା ଜଣାଇଛନ୍ତି। 

ନବ ଦାସଙ୍କ ପରଲୋକରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ଶୋକ ପ୍ରକାଶ କରିଛନ୍ତି। ସେ ହସ୍‌ପିଟାଲ୍ ଯାଇ ନବ ଦାସଙ୍କୁ ଦେଖି ଫେରିଥିଲେ। କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ମଧ୍ୟ ଶୋକ ପ୍ରକାଶ କରିଛନ୍ତି। ଶ୍ରୀ ପଣ୍ଡା କହିଛନ୍ତି, ଗୁଳିମାଡ଼ରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ମୃତ୍ୟୁ ଘଟଣାରେ ମୁଁ ଦୁଃଖିତ। ଜଣେ ପୁଲିସ କର୍ମଚାରୀ ଗୁଳି କରିଥିବା ଜାଣି ମର୍ମାହତ। ଏହି ଅସମୟରେ ଭଗବାନ ତାଙ୍କ ପରିବାରକୁ ଶକ୍ତି ଦିଅନ୍ତୁ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story