ପାରାଦୀପ (ଓଡ଼ିଶା ରିପୋର୍ଟର): ବହୁଚର୍ଚ୍ଚିତ ସିୱେଜ ଶିପିଂ ଜିଏମ୍ ମହେନ୍ଦ୍ର ସ୍ୱାଇଁ ହତ୍ୟା ମାମଲାରେ କୁଜଙ୍ଗ ଆଡିସନାଲ ସେସନ୍ସ କୋର୍ଟରେ ଶୁଣାଣି ଆରମ୍ଭ ହୋଇଛି। ମୋଟ୍ ୧୮୦ ଜଣ ସାକ୍ଷୀଙ୍କ ମଧ୍ୟରୁ ପ୍ରଥମ ଦଫାରେ ୩ ଜଣ ସାକ୍ଷ୍ୟ ପ୍ରଦାନ କରିଛନ୍ତି। ଆସନ୍ତା ୨୬ରେ ପରବର୍ତ୍ତୀ ସାକ୍ଷ୍ୟ ଗ୍ରହଣ ପାଇଁ ତାରିଖ ଧାର୍ଯ୍ୟ କରାଯାଇଛି।
ସିଓୱେଜ୍ ଶିପିଂର ଜିଏମ ମହେନ୍ଦ୍ର ସ୍ୱାଇଁ ତାଙ୍କ ସ୍କର୍ପିଓରେ ଅଫିସ୍ ଯାଉଥିବା ବେଳେ ପାରାଦୀପ ଆମ୍ୱେଦକର ଭବନ ନିକଟରେ ଦୁଇ ଜଣ ଦୁର୍ବୃତ୍ତ ମୋଟର ସାଇକେଲ୍ରେ ଆସି ତାଙ୍କ ଗାଡ଼ି ଉପରକୁ ବୋମା ଫୋପାଡ଼ି ଥିଲେ। ଆତ୍ମରକ୍ଷା ପାଇଁ ସେ ଗାଡ଼ିରୁ ଓହ୍ଲାଇ ଦୌଡ଼ି ପଳାଇ ଯାଉଥିବା ବେଳେ ଦୁର୍ବୃତ୍ତମାନେ ତାଙ୍କ ଉପରକୁ ଗୁଳି ଚଳାଇଥିଲେ। ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଯାଇଥିଲା। ଏହି ଘଟଣାରେ ପାରାଦୀପ ପୁଲିସ୍ ଶିଳ୍ପପତି ମହିମା ମିଶ୍ର ଓ କଂଗ୍ରେସ ନେତା ବାପି ସର୍ଖେଲଙ୍କ ସମେତ ୬ ଜଣଙ୍କୁ ଗିରଫ କରିଥିଲା। ମହିମାଙ୍କୁ ନେପାଳର କାଠମାଣ୍ଡୁରୁ ଗିରଫ କରାଯାଇଥିଲା। ବର୍ତ୍ତମାନ ମହିମା ମିଶ୍ର ଜେଲ୍ରେ ଥିବା ବେଳେ ବାପି ସର୍ଖେଲ୍ ବେଲ୍ରେ ଆସିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଭିନ୍ନକ୍ଷମଙ୍କ ପାଇଁ ସ୍ମାର୍ଟ ଉପକରଣ କ୍ରୟ: ଜିଲ୍ଲାପାଳଙ୍କୁ ୩ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଖର୍ଚ୍ଚ ଅନୁମତି
ଏବେ ପ୍ରଚଳିତ ନିୟମ ଅନୁସାରେ, ଭିନ୍ନକ୍ଷମ ବ୍ୟକ୍ତିଙ୍କ ପାଇଁ ସ୍ମାର୍ଟ ଉପକରଣ କ୍ରୟ ନିମନ୍ତେ ଜିଲ୍ଲାଗୁଡ଼ିକୁ ରାଜ୍ୟ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ଅନୁମୋଦନ ନେବାକୁ ପଡ଼ିଥାଏ ।
Education
OSSTET-୨୦୨୪ ପାଇଁ ବିଏସ୍ଇ ୱେବସାଇଟ୍ରେ ଉପଲବ୍ଧ ହେଲା ଆଡ୍ମିଟ୍ କାର୍ଡ
ମୋଟ ୫୦,୫୮୭ ଜଣ ଏହି ପରୀକ୍ଷା ଦେବେ। ସେମାନଙ୍କ ମଧ୍ୟରୁ ୪୭,୨୦୬ ଜଣ ପ୍ରଥମ ପେପର ଓ ୩୩୮୧ ଜଣ ଦ୍ୱିତୀୟ ପେପର ପରୀକ୍ଷା ଦେବେ।
Miscellaneous
ସଶକ୍ତ ହେବେ ଗ୍ରାମୀଣ କାରିଗର: ୟଙ୍ଗ ଇଣ୍ଡିଆନସ୍ ଭୁବନେଶ୍ୱର
ପ୍ରତ୍ୟେକ ପ୍ରତିଭାବାନ ବ୍ୟକ୍ତିବିଶେଷଙ୍କୁ ସେମାନଙ୍କର ଦକ୍ଷତା ପ୍ରଦର୍ଶନ ଏବଂ ଜୀବିକା ନିର୍ବାହ ପାଇଁ ଏହି ସୁଯୋଗ ଏକ ପ୍ଲାଟଫର୍ମ ପ୍ରଦାନ କରିବାକୁ ଲକ୍ଷ୍ୟ ରଖିଛି।
Crime
୩ ପ୍ରେମିକ ଭଲ ପାଉଥିଲେ; ବାହା ହେବା ପାଇଁ ମନା କରିବାରୁ ମାରି ଝୁଲାଇ ଦେଲେ!
ଜେମାଙ୍କଠାରୁ ପ୍ରତ୍ୟାଖିତ ହେବା ପରେ ଏକ ତରଫା ପ୍ରେମିକମାନେ ଚିନ୍ତାରେ ପଡ଼ିଯାଇଥିଲେ। ପ୍ରତିଶୋଧ ପରାୟଣା ହୋପଡ଼ିଥିଲେ। ଜେମାଙ୍କୁ ରାସ୍ତାରୁ ହଟାଇବା ପାଇଁ ଯୋଜନା କରିଥିଲେ। ଆଜି ଅପରାହ୍ନରେ ଜେମାଙ୍କୁ ହତ୍ୟା କରି ଗାଁ ମୁଣ୍ଡ ଗଛରେ ଥିବା ଏକ ଗଛରେ ଝୁଲାଇ ଦେଲେ।