ଆଭ୍ୟନ୍ତରୀଣ ଓଡ଼ିଶାରେ କାଳବୈଶାଖୀ ସମ୍ଭାବନା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରାୟ ପ୍ରତ୍ୟେକ ଦିନ ଝଡ଼ତୋଫାନ, ବର୍ଷା ଓ ବଜ୍ରପାତ ହେଉଛି। ତେବେ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ,  ଆସନ୍ତା ୨ରୁ ୩ ଦିନ ମଧ୍ୟରେ ଆଭ୍ୟନ୍ତରୀଣ ଓଡ଼ିଶାରେ କାଳବୈଶାଖୀ ପ୍ରଭାବରେ ବର୍ଷା ହୋଇପାରେ। ରାଜ୍ୟରେ ଅସହ୍ୟ ଗ୍ରୀଷ୍ମ ପ୍ରବାହ ହେଉଥିବା ବେଳେ କାଳବୈଶାଖୀ ବର୍ଷା ଯୋଗୁ ଲୋକେ ଟିକେ ଆଶ୍ୱସ୍ତି ଅନୁଭବ କରୁଛନ୍ତି। ଗତକାଲି ୧୦ଟି ସହରର ପାରଦ ୪୦ ଡିଗ୍ରୀ ଉପରେ […]

rain

Jyoshna Pradhan
  • Published: Sunday, 02 June 2019
  • , Updated: 02 June 2019, 09:04 AM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରାୟ ପ୍ରତ୍ୟେକ ଦିନ ଝଡ଼ତୋଫାନ, ବର୍ଷା ଓ ବଜ୍ରପାତ ହେଉଛି। ତେବେ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ,  ଆସନ୍ତା ୨ରୁ ୩ ଦିନ ମଧ୍ୟରେ ଆଭ୍ୟନ୍ତରୀଣ ଓଡ଼ିଶାରେ କାଳବୈଶାଖୀ ପ୍ରଭାବରେ ବର୍ଷା ହୋଇପାରେ।

ରାଜ୍ୟରେ ଅସହ୍ୟ ଗ୍ରୀଷ୍ମ ପ୍ରବାହ ହେଉଥିବା ବେଳେ କାଳବୈଶାଖୀ ବର୍ଷା ଯୋଗୁ ଲୋକେ ଟିକେ ଆଶ୍ୱସ୍ତି ଅନୁଭବ କରୁଛନ୍ତି। ଗତକାଲି ୧୦ଟି ସହରର ପାରଦ ୪୦ ଡିଗ୍ରୀ ଉପରେ ରହିଥିଲା। ୪୨.୬ ଡିଗ୍ରୀ ସହ ଝାରସୁଡ଼ା ସବୁଠୁ ଉତ୍ତପ୍ତ ସହର ପାଲଟିଥିଲା।

ଅନ୍ୟପକ୍ଷରେ ମୌସୁମୀ ଆସିବାରେ ବିଳମ୍ବ ହେଉଛି। ଆସନ୍ତା ୬ ତାରିଖରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ କେରଳ ଛୁଇଁବ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। କେରଳ ଛୁଇଁବାର ଏକ ସପ୍ତାହ କିମ୍ବା ତା’ଠାରୁ କମ୍‌ ସମୟ ମଧ୍ୟରେ ମୌସୁମୀ ଓଡ଼ିଶା ଛୁଇଁପାରେ। ଏଥର ରାଜ୍ୟରେ ସ୍ୱାଭାବିକ ମୌସୁମୀ ବର୍ଷା ହେବ ବୋଲି ଅନୁମାନ କରାଯାଇଛି।

Related story