ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ୮ରୁ ୧୦ ତାରିଖ ଯାଏଁ ପଶ୍ଚିମ ଓଡ଼ିଶାରେ ଗ୍ରୀଷ୍ମ ପ୍ରବାହ ହେବାର ସମ୍ଭାବନା ରହିଛି। ୮ ତାରିଖରେ ବରଗଡ, ସୋନପୁର, ବୌଦ୍ଧ, ବଲାଙ୍ଗୀର, ସମ୍ବଲପୁର ଓ ୯ ତାରିଖରେ ବରଗଡ, ସୋନପୁର, ବୌଦ୍ଧ, ବଲାଙ୍ଗୀର, ସମ୍ବଲପୁର, ନୂଆପଡା ଏବଂ ୧୦ ତାରିଖରେ ବରଗଡ, ସୋନପୁର, ବୌଦ୍ଧ, ବଲାଙ୍ଗୀର ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି।
https://twitter.com/mcbbsr/status/1534124219797508096?s=20&t=esMnwU6OcqH9_kVJgt2ZjQ
ଅନ୍ୟପକ୍ଷରେ ଆସନ୍ତାକାଲି ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢେଙ୍କାନାଳ, ଯାଜପୁର, ଅନୁଗୋଳ, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, ରାୟଗଡ଼ା, ଗଜପତି, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ବଜ୍ରପାତ ସହ ଘଡଘଡ଼ି ହେବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
https://twitter.com/mcbbsr/status/1534119857536454656?s=20&t=esMnwU6OcqH9_kVJgt2ZjQ