Advertisment

୪ରୁ ୫ ଦିନ ପରେ ଫେରିବ ତାତି!

ଗତ ୨୪ ଘଣ୍ଟାରେ ରାଜ୍ୟର କିଛି ସ୍ଥାନରେ ଭଲ ବର୍ଷା ହୋଇଛି। କନ୍ଧମାଳ ଜିଲ୍ଲା ଖଜୁରିପଡାରେ ସର୍ବାଧିକ ୮୩.୧ ମିଲିମିଟର ଓ ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡାରେ ୪୨.୨ ମିଲିମିଟର ବର୍ଷା ହୋଇଥିବା ରେକର୍ଡ କରାଯାଇଛି।

author-image
Manoranjan Sial
Heat Wave

Heat Wave

ଆସନ୍ତାକାଲି ବିଜୁଳି ଘଡଘଡ଼ି ସହ ବର୍ଷା ହୋଇପାରେ। ଆଗାମୀ ୪ରୁ ୫ ଦିନ ପର୍ଯ୍ୟନ୍ତ କାଳବୈଶାଖୀ ଜନିତ ବର୍ଷା ଲାଗି ରହିବ। ତେଣୁ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବନାହିଁ। ତେବେ ୪ରୁ ୫ ଦିନ ପରେ ତାପମାତ୍ରା ବଢ଼ିବାର ସମ୍ଭାବନା ରହିଛି। ଏପରି ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

Advertisment

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ବୈଜ୍ଞାନିକ ଉମାଶଙ୍କର ଦାସ କହିଛନ୍ତି, ଗତ ୨୪ ଘଣ୍ଟାରେ ରାଜ୍ୟର କିଛି ସ୍ଥାନରେ ଭଲ ବର୍ଷା ହୋଇଛି। କନ୍ଧମାଳ ଜିଲ୍ଲା ଖଜୁରିପଡାରେ ସର୍ବାଧିକ ୮୩.୧ ମିଲିମିଟର ଓ ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡାରେ ୪୨.୨ ମିଲିମିଟର ବର୍ଷା ହୋଇଥିବା ରେକର୍ଡ କରାଯାଇଛି। ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଏକ ଗୁରୁଚାପ ବଳୟ ଯୋଗୁ ପାଗ ମେଘୁଆ ରହିଛି। ଯାହାର ପ୍ରଭାବରେ ରାଜ୍ୟକୁ ପ୍ରଚୁର ଜଳୀୟବାଷ୍ପ ଆସୁଛି। ଆଜି ମଧ୍ୟ ରାଜ୍ୟର ଅଧିକାଂଶ ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ହେବା ନେଇ ସମ୍ଭାବନା ରହିଛି। ତେବେ ମାଲକାନଗିରି, କୋରାପୁଟ, ଗଜପତି, ରାୟଗଡ଼ା, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ। ଉପକୂଳ ଓଡ଼ିଶାରେ କେତେକ ଜିଲ୍ଲାରେ ଝଡ଼ ପବନ ହେବାରର ସମ୍ଭାବନା ରହିଛି। ଏହି ସମୟ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବୋହିପାରେ ବୋଲି ଶ୍ରୀ ଦାସ ପୂର୍ବାନୁମାନ କରିଛନ୍ତି।

Advertisment

Heat Wave Heat Wave In Odisha