ଆଜିଠୁ ଖସିବ ପାରଦ, ପୁଣି ଥରାଇବ ଶୀତ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜିଠୁ ପୁଣି ବଢ଼ିବ ଶୀତ । ବର୍ଷାର ପରିମାଣ କମିବା ସହ ଶୀତ ବଢ଼ିବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ୩ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ଖସିପାରେ ପାରଦ । କିଛି ସ୍ଥାନରେ ସ୍ୱାଭାବିକ ଏବଂ କିଛି ସ୍ଥାନରେ ସ୍ୱାଭାବିକଠାରୁ କମ୍ ରହିପାରେ ତାପମାତ୍ରା । ରାଜଧାନୀ ଭୁବନେଶ୍ୱରରେ ଆଜି ସର୍ବନିମ୍ନ ତାପମାତ୍ରା ୧୭ ଡିଗ୍ରୀକୁ ଖସିପାରେ  । ସେହିପରି ବାକି ସହରରେ ମଧ୍ୟ ପାରଦ ଖସିବା ନେଇ ଆକଳନ […]

heavy-cold

heavy-cold

Niharika Rout
  • Published: Saturday, 15 January 2022
  • Updated: 15 January 2022, 01:47 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜିଠୁ ପୁଣି ବଢ଼ିବ ଶୀତ । ବର୍ଷାର ପରିମାଣ କମିବା ସହ ଶୀତ ବଢ଼ିବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ୩ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ଖସିପାରେ ପାରଦ । କିଛି ସ୍ଥାନରେ ସ୍ୱାଭାବିକ ଏବଂ କିଛି ସ୍ଥାନରେ ସ୍ୱାଭାବିକଠାରୁ କମ୍ ରହିପାରେ ତାପମାତ୍ରା ।

ରାଜଧାନୀ ଭୁବନେଶ୍ୱରରେ ଆଜି ସର୍ବନିମ୍ନ ତାପମାତ୍ରା ୧୭ ଡିଗ୍ରୀକୁ ଖସିପାରେ  । ସେହିପରି ବାକି ସହରରେ ମଧ୍ୟ ପାରଦ ଖସିବା ନେଇ ଆକଳନ କରିଛି ପାଣିପାଗ ବିଭାଗ ।

ତେବେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ନବରଙ୍ଗପୁର ଏବଂ ଗଂଜାମ ଜିଲ୍ଲାର କିଛି ସ୍ଥାନରେ ବର୍ଷା ସମ୍ଭାବନା ରହିଛି  । ବାକି ଜିଲ୍ଲାରେ ଗୋଟିଏ ଦୁଇଟି ସ୍ଥାନରେ ହୋଇପାରେ ବର୍ଷା । ଆସନ୍ତାକାଲିଠୁ ଶୁଖିଲା ପାଗ ଥିବା ବେଳେ କୁହୁଡ଼ି ବଢ଼ିବ । ଆସନ୍ତାକାଲି ସାମାନ୍ୟରୁ ମଧ୍ୟମ ଧରଣର କୁହୁଡ଼ି ରହିପାରେ  । ୧୮ ଏବଂ ୧୯ ତାରିଖରେ ସକାଳେ ଘନ କୁହୁଡ଼ି ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos