ଆସନ୍ତା ୩ ଦିନ ଯାଏ କଲବଲ କରିବ ଘନ କୁହୁଡ଼ି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟ ସାରା ଶୀତର ଲହରୀ ଜାରି ରହିଥିବା ବେଳେ ଅଧିକାଂଶ ସ୍ଥାନରେ ପାରଦ ତଳମୁହାଁ ରହିଛି। ଏପରି ସ୍ଥିତିରେ ଆସନ୍ତା ୩ ଦିନ ରାଜ୍ୟର ଅଧିକାଂଶ ଜିଲ୍ଲାରେ ସକାଳୁ ସକାଳୁ ଘନ କୁହୁଡ଼ି ଦେଖିବାକୁ ମିଳିବ । ଏନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ । ବିଶେଷ କରି ୧୬ଟି ଜିଲ୍ଲାରେ କୁହୁଡ଼ିର ପ୍ରଭାବ ଦେଖିବାକୁ ମିଳିବ। ସେଥି ମଧ୍ୟରୁ ୬ଟି ଜିଲ୍ଲା ଯଥା କନ୍ଧମାଳ, ଅନୁଗୁଳ, ବୌଦ୍ଧ, ସୋନପୁର, ଜଗତସିଂପୁର […]

fog

fog

Niharika Rout
  • Published: Monday, 04 January 2021
  • Updated: 04 January 2021, 08:08 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟ ସାରା ଶୀତର ଲହରୀ ଜାରି ରହିଥିବା ବେଳେ ଅଧିକାଂଶ ସ୍ଥାନରେ ପାରଦ ତଳମୁହାଁ ରହିଛି। ଏପରି ସ୍ଥିତିରେ ଆସନ୍ତା ୩ ଦିନ ରାଜ୍ୟର ଅଧିକାଂଶ ଜିଲ୍ଲାରେ ସକାଳୁ ସକାଳୁ ଘନ କୁହୁଡ଼ି ଦେଖିବାକୁ ମିଳିବ । ଏନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ ।

ବିଶେଷ କରି ୧୬ଟି ଜିଲ୍ଲାରେ କୁହୁଡ଼ିର ପ୍ରଭାବ ଦେଖିବାକୁ ମିଳିବ। ସେଥି ମଧ୍ୟରୁ ୬ଟି ଜିଲ୍ଲା ଯଥା କନ୍ଧମାଳ, ଅନୁଗୁଳ, ବୌଦ୍ଧ, ସୋନପୁର, ଜଗତସିଂପୁର ଏବଂ ଭଦ୍ରକରେ ଘନ କୁହୁଡ଼ି ଯୋଗୁ ଯାନବାହନ ଚଳାଚଳ ପ୍ରଭାବିତ ହେବା ଆଶଙ୍କା ରହିଛି । ଆଜି ପାଇଁ ଏହି ୬ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ବୁଧବାର ସକାଳ ଯାଏଁ ଏସବୁ ଜିଲ୍ଲାରେ ସକାଳୁ ସକାଳୁ ଘନ କୁହୁଡ଼ି ଦେଖିବାକୁ ମିଳିବ ବୋଲି ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଏ ସମ୍ପର୍କରେ ପାଣିପାଗ ବିଭାଗ ବିଶେଷଜ୍ଞ ଉମାଶଙ୍କର ଦାସ କହିଛନ୍ତି, ଗୁରୁଚାପ ବଳୟ ରହୁଥିବାରୁ ଏହା ପ୍ରଭାବରେ କୁହୁଡ଼ି ଦେଖାଯିବାର ସମ୍ଭାବନା ରହିଛି। ଆଗାମୀ ୩ ଦିନ ଯାଏ କିଛି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।  ଅନ୍ୟ କିଛି  ଜିଲ୍ଲାରେ ହାଲୁକାର ମଧ୍ୟମ ଧରଣର କୁହୁଡ଼ି ହେବାର ସମ୍ଭାବନା ରହିଛି।

ରାଜ୍ୟ ସାରା ଶୀତର ଲହରୀ ଜାରି ରହିଥିବା ବେଳେ ପଶ୍ଚିମ ଓ ଆଭ୍ୟନ୍ତରିଣ ଜିଲ୍ଲାରେ ଅଧିକ ଶୀତ ଅନୁଭୂତ ହେଉଛି। ଘନ କୁହୁଡ଼ି ଯୋଗୁ ସାଧାରଣ ଲୋକଙ୍କ ଯାତାୟତ ତଥା ଜୀବନ ଯାତ୍ରାରେ ବାଧା ଉପୁଜୁଛି। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ ସବୁ ଜିଲ୍ଲାପାଳ ଓ ଜିଲ୍ଲା ଏସ୍‌ପିଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ କମିସନର।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos