କୁହୁଡ଼ିରୁ ନିସ୍ତାର ନାହିଁ, ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜଧାନୀ ଭୁବନେଶ୍ୱରେ ଆଜି ସକାଳେ ଘନ କୁହୁଡ଼ିର ଆସ୍ତରଣ ଦେଖିବାକୁ ମିଳିଛି । କୁହୁଡ଼ି ଯୋଗୁଁ ଯାତାୟତ ବାଧା ପ୍ରାପ୍ତ ହୋଇଛି । ଭଲଭାବେ ରାସ୍ତା ଦୃଶ୍ୟମାନ ହେଉ ନଥିବାରୁ ଯାତ୍ରୀମାନ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହୋଇଛନ୍ତି । ତେବେ ଆସନ୍ତା ୩ ତିନି ଦିନ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଏଭଳି ଘନ କୁହୁଡ଼ି ଲାଗି ରହିବ। ଏନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଉପକୂଳ ଜିଲ୍ଲାଗୁଡ଼ିକରେ ଘନ କୁହୁଡ଼ି ପଡ଼ିବ […]

fog-2

fog-2

Madhupriya Mistry
  • Published: Saturday, 12 December 2020
  • Updated: 12 December 2020, 08:37 AM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜଧାନୀ ଭୁବନେଶ୍ୱରେ ଆଜି ସକାଳେ ଘନ କୁହୁଡ଼ିର ଆସ୍ତରଣ ଦେଖିବାକୁ ମିଳିଛି । କୁହୁଡ଼ି ଯୋଗୁଁ ଯାତାୟତ ବାଧା ପ୍ରାପ୍ତ ହୋଇଛି । ଭଲଭାବେ ରାସ୍ତା ଦୃଶ୍ୟମାନ ହେଉ ନଥିବାରୁ ଯାତ୍ରୀମାନ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହୋଇଛନ୍ତି । ତେବେ ଆସନ୍ତା ୩ ତିନି ଦିନ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଏଭଳି ଘନ କୁହୁଡ଼ି ଲାଗି ରହିବ। ଏନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ଉପକୂଳ ଜିଲ୍ଲାଗୁଡ଼ିକରେ ଘନ କୁହୁଡ଼ି ପଡ଼ିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ବିଜ୍ଞାନ ପକ୍ଷରୁ ସୂଚନା ଦିଆଯାଇଛି । ଆସନ୍ତା ୨୪ ଘଣ୍ଟାରେ ଭଦ୍ରକ, କଟକ, ଜଗତସିଂହପୁର, ଯାଜପୁର, ଖୋର୍ଦ୍ଧା, ପୁରୀ, କେନ୍ଦ୍ରାପଡ଼ା ଓ ନୟାଗଡ଼ ଆଦି ୮ଟି ଜିଲ୍ଲାରେ ଘନ କୁହୁଡ଼ି ପଡ଼ିବା ସମ୍ଭାବନା ରହିଛି। ଏଣୁ ଏହି ସବୁ ଜିଲ୍ଲାଗୁଡ଼ିକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos