ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବଙ୍ଗୋପସାଗରର ଉତ୍ତରପୂର୍ବ ଉପକୂଳରେ ଏକ ଲଘୁଚାପ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତାକାଲିଠାରୁ ରାଜ୍ୟର କିଛି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ଯେଉଁଥିପାଇଁ ୧୦ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡ଼ିକ ହେଲା- ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର, ଅନୁଗୋଳ, ଦେବଗଡ଼ ଓ କଳାହାଣ୍ଡି।
ସେହିପରି ୭ ଜିଲ୍ଲା ପାଇଁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ସେହି ଜିଲ୍ଲା ଗୁଡ଼ିକ ହେଲା- ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, ମାଲକାନଗିରି ଓ କୋରାପୁଟ। ଏହି ସମୟ ଭିତରେ ସମୁଦ୍ର ଭିତରକୁ ମାଛ ଧରିବା ପାଇଁ ନଯିବାକୁ ମତ୍ସ୍ୟଜୀବୀମାନଙ୍କୁ ପରାମର୍ଶ ଦିଆଯାଇଛି। ଲଘୁଚାପ ଆସିବା ପୂର୍ବରୁ ଗତକାଲି ଓ ଆଜି ଉତ୍ତର ଏବଂ ଉପକୂଳର କେତେକ ଜିଲ୍ଲାରେ ବର୍ଷା ହୋଇଛି। ଏହାଛଡ଼ା ଆକାଶ ମେଘୁଆ ରହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।