ଆସୁଛି ଆଉ ଏକ ଲଘୁଚାପ, ୩ ଦିନ ଧରି ପ୍ରବଳ ବର୍ଷିବ!

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆସନ୍ତାକାଲି ସକାଳ ୧୦ ସୁଦ୍ଧା ଏହା ଅବପାତରେ ରୂପ ନେବାର ସମ୍ଭାବନା ରହିଛି। ଅବପାତରେ ପରିଣତ ପରେ ପଶ୍ଚିମ ଓ ଉତ୍ତର ପଶ୍ଚିମ ଦିଗରେ ଗତି କରିବ। କାଳକ୍ରମେ ତୀବ୍ର ଅବପାତରେ ପରିଣତ ହୋଇ ୧୨ରେ ଆନ୍ଧ୍ର ଉପକୂଳ ଛୁଇଁବ। ଏହାର ପ୍ରଭାବରେ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ୧୧ରୁ ୧୩ ତାରିଖ ଭିତରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। […]

heavy-rain

Manoranjan Sial
  • Published: Friday, 09 October 2020
  • , Updated: 09 October 2020, 05:41 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆସନ୍ତାକାଲି ସକାଳ ୧୦ ସୁଦ୍ଧା ଏହା ଅବପାତରେ ରୂପ ନେବାର ସମ୍ଭାବନା ରହିଛି। ଅବପାତରେ ପରିଣତ ପରେ ପଶ୍ଚିମ ଓ ଉତ୍ତର ପଶ୍ଚିମ ଦିଗରେ ଗତି କରିବ। କାଳକ୍ରମେ ତୀବ୍ର ଅବପାତରେ ପରିଣତ ହୋଇ ୧୨ରେ ଆନ୍ଧ୍ର ଉପକୂଳ ଛୁଇଁବ। ଏହାର ପ୍ରଭାବରେ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ୧୧ରୁ ୧୩ ତାରିଖ ଭିତରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟ ଭିତରେ ସମୁଦ୍ର ଭିତରକୁ ନଯିବା ପାଇଁ ମତ୍ସ୍ୟଜୀବୀମାନଙ୍କୁ ପରାମର୍ଶ ଦିଆଯାଇଛି।

ସୂଚନାରୁ ପ୍ରକାଶ, ଗତ ୪ ଦିନ ହେଲା ଓଡ଼ିଶାର ଅନେକ ସ୍ଥାନରେ ପ୍ରବଳ ବର୍ଷା ହୋଇଛି। ଏହି ବର୍ଷାର ପ୍ରଭାବ ରାଜଧାନୀ ଭୁବନେଶ୍ୱରରେ ମଧ୍ୟ ଦେଖିବାକୁ ମିଳିଛି। ଅନେକ ରାସ୍ତା ଜଳମଗ୍ନ ହୋଇଯାଇଥିଲା। ଯାହାଫଳରେ ଜୀବନ ଯାତ୍ରା ପ୍ରଭାବିତ ହୋଇଛି। ଆଜି ରାଜଧାନୀର ଆକାଶ ମେଘାଚ୍ଛନ୍ନ ରହିଥିଲା। ମାତ୍ର ବର୍ଷା ହୋଇନଥିଲା।

Related story