ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ସାରା ରାଜ୍ୟରେ ବର୍ଷିବ ଲଘୁଚାପ ବର୍ଷା । ଆଜିଠୁ ତିନି ଦିନ ଧରି ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡିଶା ସମେତ ଆଭ୍ୟନ୍ତରୀଣ ଓ ଉତ୍ତର ଓଡିଶାରେ ବର୍ଷାର ସମ୍ଭାବନା ସମ୍ପର୍କରେ ସୂଚନା ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଜୁନ୍ ମାସରେ କମ୍ ବର୍ଷା ହୋଇଥିଲା। ଏବେ ଜୁଲାଇ ମାସରେ ମଧ୍ୟ ବର୍ତ୍ତମାନ ସୁଦ୍ଧା ୩୦ ପ୍ରତିଶତ କମ୍ ବର୍ଷା ହୋଇଛି। ତେବେ ଆଗାମୀ ୫ ଦିନ ଧରି ତୁହାକୁ ତୁହା ବର୍ଷା ଲାଗି ରହିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ସେପଟେ ପାଣିପାଗ ବିଶେଷଜ୍ଞ କହୁଛନ୍ତି, ଓଡିଶାରେ ମୌସୁମୀ ସକ୍ରିୟ ଥିବାବେଳେ ମନ୍ସୁନ୍ ଟ୍ରଫ୍ ଲାଇନ୍, ଲଘୁଚାପ ଏବଂ ଘୂର୍ଣ୍ଣିବଳୟ ସୃଷ୍ଟି ହେଲେ ବର୍ଷାର ମାତ୍ରା ଅଧିକ ହେବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଲୋକସେବା ଭବନରୁ ମହାଠକକୁ ଗିରଫ କଲା ପୁଲିସ୍, ମିଳିଲା ନକଲି ପରିଚୟପତ୍ର
ବ୍ୟାସଦେବ ନିଜକୁ ପଞ୍ଚାୟତି ରାଜ ବିଭାଗର ଜଣେ ସେକ୍ସନ ଅଫିସର ଭାବେ ପରିଚୟ ଦେଇ ଲୋକଙ୍କୁ ଠକି ଚାଲିଥିଲା।
Miscellaneous
ସୀମାନ୍ତରେ ନକ୍ସଲଙ୍କ ଆଇଇଡି ବିସ୍ଫୋରଣ, ୨ ସୁରକ୍ଷାକର୍ମୀ ଆହତ
ସ୍ଥାନୀୟ ପୁଲିସ୍ କହିଛି ଯେ ଜାଙ୍ଗାଲା ନିକଟର ଜୈଗୁର ଜଙ୍ଗଲରେ ରବିବାର ସନ୍ଧ୍ୟାରୁ ସର୍ଚ୍ଚ ଅପରେସନ ଆରମ୍ଭ ହୋଇଥିଲା। ଡିଆରଜି ଯବାନ ଓ କୁଟ୍ରୁ ପୁଲିସ୍ର କର୍ମଚାରୀମାନେ ଏଥିରେ ସାମିଲ ହୋଇଥିଲେ।
Crime
ହଷ୍ଟେଲରେ ଥିଲେ ଛାତ୍ରୀ, ମିଳିଲା ଝୁଲନ୍ତା ମୃତଦେହ
ଗତକାଲି ରାତିରେ କେହି ନ ଥିବା ବେଳେ ଉତ୍କଳିକା ନିଜ ରୁମ୍ରେ ଥିବା ଫ୍ୟାନ୍ରେ ବେକରେ ଓଢଣୀ ଲଗାଇ ଝୁଲି ପଡ଼ିଥିଲେ।
Miscellaneous
ଦିଲ୍ଲୀ ଗଲେ ମୁଖ୍ୟମନ୍ତ୍ରୀ, ଆଜି ‘ଆୟୁଷ୍ମାନ୍’ MOU
ରାଜ୍ୟରେ ଖୁବ୍ ଶୀଘ୍ର ଲାଗୁ ହେବ ଆୟୁଷ୍ମାନ ଭାରତ। ଏଥିପାଇଁ ଆଜି ଦିଲ୍ଲୀ ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଇ ମହାଲିଙ୍ଗ।
Crime
ନଦୀରେ ଭାସୁଛି ଯୁବକଙ୍କ ମୃତଦେହ, ଦୁଇ ଦିନ ହେଲା ନିଖୋଜ ଥିଲେ
ଯୁବକଜଣକ ଦୁଇ ଦିନ ତଳେ ନିଖୋଜ ହୋଇ ଯାଇଥିବା ବେଳେ ଆଜି ତାଙ୍କ ମୃତଦେହ ନଦୀରେ ଭାସୁଥିବା ଦେଖିବାକୁ ମିଳିଛି।