Advertisment

ଆହୁରି ବର୍ଷିବ: ଏହି ୧୮ଟି ଜିଲ୍ଲାକୁ ସତର୍କ କଲା ପାଣିପାଗ ବିଭାଗ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଉତ୍ତର-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହୋଇ ଅବପାତର ରୂପ ନେଇଛି। ଏହାର ପ୍ରଭାବରେ ରାଜଧାନୀ ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଝାରସୁଗୁଡାରେ ସର୍ବାଧିକ ବର୍ଷା ହୋଇଛି। ଏହାର ପ୍ରଭାବରେ ଆହୁରି ୪୮ ଘଣ୍ଟା ପ୍ରବଳ ବର୍ଷା ହେବ। ଏନେଇ ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆଜି ୧୮ଟି ଜିଲ୍ଲାରେ ଲଘୁଚାପ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସତର୍କ […]

ଅଦ୍ୟତନ ହୋଇଛି
ଘଡଘଡ଼ି ସହ ପ୍ରବଳ ବର୍ଷିବ: ସତର୍କ କଲା ପାଣିପାଗ କେନ୍ଦ୍ର

Lucknow_UP_weather_floods_in_up_Heavy_rain_in_up_Heat_and_hot_winds_Mansoon_Rain_and_heat_Utt_1532939462

Advertisment

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଉତ୍ତର-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହୋଇ ଅବପାତର ରୂପ ନେଇଛି। ଏହାର ପ୍ରଭାବରେ ରାଜଧାନୀ ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଝାରସୁଗୁଡାରେ ସର୍ବାଧିକ ବର୍ଷା ହୋଇଛି। ଏହାର ପ୍ରଭାବରେ ଆହୁରି ୪୮ ଘଣ୍ଟା ପ୍ରବଳ ବର୍ଷା ହେବ। ଏନେଇ ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

Advertisment

ଆଜି ୧୮ଟି ଜିଲ୍ଲାରେ ଲଘୁଚାପ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ସେହି ଜିଲ୍ଲା ଗୁଡ଼ିକ ହେଲା- ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, କଟକ, ଗଞ୍ଜାମ, ଗଜପତି, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼ ଓ କନ୍ଧମାଳ। ଏହିସବୁ ଜିଲ୍ଲାରେ ଝଡ଼ତୋଫାନ ସହ ବଜ୍ରପାତ ହେବାର ଆଶଙ୍କା ରହିଛି ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe