Advertisment

ମୌସୁମୀ ପୂର୍ବରୁ ୨୩ ଓ ୨୪ରେ ଭିଜିବ ଓଡ଼ିଶା

ତେବେ ୨୩ ଓ ୨୪ ତାରିଖରେ ରାଜ୍ୟର କେତେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି।

Rain

Rain

Advertisment

ଦକ୍ଷିଣ-ପଶ୍ଚିମ ମୌସୁମୀ ଆସିବା ପୂର୍ବରୁ ଭିଜିବ ଓଡ଼ିଶା। ଗୁଳୁଗୁଳି ଓ ଗରମରୁ ମିଳିବ ଆଶ୍ୱସ୍ତି। ଆସନ୍ତାକାଲି (୨୧ ତାରିଖ)ରେ ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ଅନେକ ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ୨୩ ଓ ୨୪ ତାରିଖରେ ରାଜ୍ୟର କେତେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି।

Advertisment

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍‌ ଅନୁସାରେ ୨୧ ତାରିଖରେ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦୁଝର, ଯାଜପୁର, ଢେଙ୍କାନାଳ, ଅନୁଗୋଳ, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ନୟାଗଡ଼, ଖୋର୍ଦ୍ଧା, ଗଞ୍ଜାମ, ଗଜପତି, ବୌଦ୍ଧ, ସୋନପୁର, ସମ୍ୱଲପୁର, ଦେବଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ କେତେକ ସ୍ଥାନରେ ବର୍ଷା ଘଡଡ଼ଘଡ଼ି ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ତେବେ ମୟୂରଭଞ୍ଜ, ଗଞ୍ଜାମ, ଗଜପତି, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟି ମିଟର ପର୍ଯ୍ୟନ୍ତ ବର୍ଷା ହେବ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Advertisment

୨୨ ତାରିଖରେ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ ଓ ଗଞ୍ଜାମ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୨୩ ତାରିଖରେ ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢେଙ୍କାନାଳ, ଅନୁଗୋଳ, କେନ୍ଦ୍ରାପଡ଼ା, କଟକ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ ଓ ଗଜପତି ଜିଲ୍ଲାରେ କେତେକ ଅଞ୍ଚଳରେ ପ୍ରବଳ ବର୍ଷା ହେବ। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ତେବେ ଗଞ୍ଜାମ, ପୁରୀ ଓ ଜଗତସିଂହପୁର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ୩ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୨୪ ତାରିଖରେ ମୟୂରଭଞ୍ଜ, ଢେଙ୍କାନାଳ, କଟକ, ବୌଦ୍ଧ, କନ୍ଧମାଳ, ବଲାଙ୍ଗିର, କଳାହାଣ୍ଡି, ନବରଙ୍ଗପୁର, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରେ କେତେକ ଅଞ୍ଚଳରେ ପ୍ରବଳ ବର୍ଷା ହେବ। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେହିପରି ଦେବଗଡ଼, କେନ୍ଦୁଝର, ଅନୁଗୋଳ, ସମ୍ୱଲପୁର ଓ ବରଗଡ଼ କେତେକ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଏହି ସବୁ ଜିଲ୍ଲାରେ ୧୧ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Heavy Rain Monsoon Rain Alert
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe