ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାକୁ ଥିବା ବେଳେ ଏହା ପ୍ରଭାବରେ ୨୩ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ । କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ମଧ୍ୟ ହେବାର ସମ୍ଭାବନା ରହିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।
ଆଜି ସକାଳ ୮ଟା ୩୦ ପର୍ଯ୍ୟନ୍ତ ୫ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ସେହି ଜିଲ୍ଲାଗୁଡିକ ହେଲା ମୟୂରଭଞ୍ଜ, ଢେଙ୍କାନାଳ, ମାଲକାନଗିରି, କୋରାପୁଟ, ରାୟଗଡ଼ା । ଏସବୁ ଜିଲ୍ଲା ସହ ଦକ୍ଷିଣ ଓ ଉତ୍ତର ଉପକୂଳ ଓଡିଶାରେ ବର୍ଷା ସହ ବଜ୍ରପାତ ସମ୍ଭାବନା ରହିଛି ।
ସେହିପରି ୨୦ତାରିଖରେ ଗଞ୍ଜାମ ଓ ଗଜପତି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ମାଲକାନଗିରି, କୋରାପୁଟ, ରାୟଗଡା ଓ ପୁରୀକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ସମୁଦ୍ର ଅଶାନ୍ତ ରହୁଥିବା କାରଣରୁ କାଲିଠୁ ୨୨ ଯାଏଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ନ ଯିବାକୁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ କରାଇ ଦିଆଯାଇଛି।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।