କାଲି ଏହି ଜିଲ୍ଲାରେ ପ୍ରବଳ ବର୍ଷା ହେବ, ସତର୍କ କଲା ପାଣିପାଗ ବିଭାଗ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଘୂର୍ଣ୍ଣି ବଳୟ ଓ ଟ୍ରପ୍‌ ଲାଇନ୍‌ ପ୍ରଭାବରେ ରାଜ୍ୟରେ ଲାଗି ରହିଛି ବର୍ଷା। ଆଜି ପଶ୍ଚିମ ଓଡ଼ିଶାର ପ୍ରାୟ ସମସ୍ତ ଜିଲ୍ଲାରେ ବର୍ଷା ହୋଇଥିବା ବେଳେ ଉପକୂଳ ଓଡ଼ିଶାରେ ମଧ୍ୟ କିଛି ସ୍ଥାନରେ ବର୍ଷା ହୋଇଛି। ଏଭଳି ପାଗ ଆହୁରି ୨୪ ଘଣ୍ଟା ପର୍ଯ୍ୟନ୍ତ ଉପକୂଳ ଓ ଦକ୍ଷିଣ ଆଭ୍ୟନ୍ତରୀଣ ଅଞ୍ଚଳରେ ଲାଗି ରହିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଏହି ସମୟରେ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିପାରେ। […]

Monsoon_Rain-750x421

Manoranjan Sial
  • Published: Saturday, 07 March 2020
  • , Updated: 08 March 2020, 08:41 AM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଘୂର୍ଣ୍ଣି ବଳୟ ଓ ଟ୍ରପ୍‌ ଲାଇନ୍‌ ପ୍ରଭାବରେ ରାଜ୍ୟରେ ଲାଗି ରହିଛି ବର୍ଷା। ଆଜି ପଶ୍ଚିମ ଓଡ଼ିଶାର ପ୍ରାୟ ସମସ୍ତ ଜିଲ୍ଲାରେ ବର୍ଷା ହୋଇଥିବା ବେଳେ ଉପକୂଳ ଓଡ଼ିଶାରେ ମଧ୍ୟ କିଛି ସ୍ଥାନରେ ବର୍ଷା ହୋଇଛି। ଏଭଳି ପାଗ ଆହୁରି ୨୪ ଘଣ୍ଟା ପର୍ଯ୍ୟନ୍ତ ଉପକୂଳ ଓ ଦକ୍ଷିଣ ଆଭ୍ୟନ୍ତରୀଣ ଅଞ୍ଚଳରେ ଲାଗି ରହିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଏହି ସମୟରେ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିପାରେ।

ଆସନ୍ତାକାଲି ପାଇଁ ଉପକୂଳ ଓଡ଼ିଶା ସମେତ, କେନ୍ଦୁଝର, ମୟୂରଭଂଜ, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଦିଆଯାଇଛି। ତେବେ ଆସନ୍ତା ୯ ଓ ୧୦ରେ ପାଗ ଶୁଖିଲା ରହିବ।  ଏହାପରେ ୧୧ରୁ ୧୩ ତାରିଖ ପର୍ଯ୍ୟନ୍ତ ଉତ୍ତର ଓ ଦକ୍ଷିଣ ଆଭ୍ୟନ୍ତରୀଣ ଅଞ୍ଚଳରେ ପୁଣି ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

ବୌଦ୍ଧ ଜିଲ୍ଲାରେ କୁଆପଥର ମାଡ଼ରେ ରବି ଫସଲ ନଷ୍ଟ ହୋଇଛି। ବଲାଙ୍ଗିର ଓ କଳାହାଣ୍ଡି ଜିଲ୍ଲାରେ ବର୍ଷା ପବନ ଯୋଗୁଁ ମୁଗ, ପନିପରିବା ଓ କପା ଫସଲ ବ୍ୟାପକ କ୍ଷୟକ୍ଷତି ହୋଇଛି। ଆଜି ଭୁବନେଶ୍ୱରରେ ମଧ୍ୟ ବର୍ଷା ହୋଇଛି।

ଗତକାଲି ଉତ୍ତର ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା ହୋଇଛି। ଝଡ଼ବର୍ଷା ବେଳେ ବଲାଙ୍ଗିର ଲୋଇସିଂହା ଥାନା ବୁର୍ଡା ତଲିପଡ଼ା ଗାଁର ଗୋଟିଏ ବାଉଁଶବୁଦା ମୂଳରେ କିଛି ଲୋକ ଛିଡ଼ା ହୋଇଥିଲେ। ଏହି ସମୟରେ ବାଉଁଶବୁଦା ଉପୁଡ଼ି ପଡ଼ିବାରୁ ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବା ବେଳେ ୪ ଜଣ ଗୁରୁତର ଆହତ ହୋଇଛନ୍ତି।

Related story