ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନିଭୂତରେ ହେବାରେ ଲାଗିଛି। ଏହାର ପ୍ରଭାବରେ ୮ ତାରିଖ ଯାଏଁ ସାରା ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷ କରି କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଅନୁଗୋଳ, ଦେବଗଡ଼, କୋରାପୁଟ, ନବରଙ୍ଗପୁର ଓ କଳାହାଣ୍ଡି ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଏହାର ପ୍ରଭାବରେ ଆଜି ଓ କାଲି ୪୦ରୁ ୫୦ କିମି ବେଗରେ ପବନ ବହିବା ସମ୍ଭାବନା। ତେଣୁ ଏହି ଜିଲ୍ଲା ଗୁଡିକକ ପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି।
ଲଘୁଚାପ ସକ୍ରିୟ ହେବା ପୂର୍ବରୁ ରବିବାରଠାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଛି। ଗତକାଲି ସନ୍ଧ୍ୟା ବେଳେ ଭୁବନେଶ୍ୱର ଆଖାପାଖ ଅଞ୍ଚଳରେ ବର୍ଷା ହୋଇଛି। ଏପରିକି ଘଡଘଡ଼ି ମଧ୍ୟ ମାରିଛି। ଆଜି ସକାଳେ ଉତ୍ତର ଓଡ଼ିଶାର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇଛି। ଯାହାଫଳରେ ଲୋକେ ନାନା ଅସୁବିଧାରେ ପଡ଼ିଛନ୍ତି। ଆଜି ଭୁବନେଶ୍ୱର ଆଖପାଖ ଅଞ୍ଚଳ ଆକାଶ ମେଘାଚ୍ଛନ୍ନ ରହିଛି। ମଝିରେ ମଝିରେ ଝିପିଝିପି ବର୍ଷା ମଧ୍ୟ ହେଉଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
କ୍ରିକେଟର ଫାଇନାଲ ମ୍ୟାଚ୍ ନେଲା ଗୋଷ୍ଠୀ ସଂଘର୍ଷର ରୂପ, ବ୍ୟାପକ ଭଙ୍ଗାରୁଜା
ବେଡ଼ାପଡ଼ା ଗାଁରେ ସୁବାସ ମେମୋରିଆଲ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ ଅନୁଷ୍ଠିତ ହୋଇଥିଲା।
Miscellaneous
ବାଗେଶ୍ୱର ବାବାଙ୍କ ବଡ଼ ବୟାନ: ଓଡ଼ିଶାରୁ ବାଜି ପାରେ ହିନ୍ଦୁ ରାଷ୍ଟ୍ରର ବିଗୁଲ
ତାଙ୍କ କହିବା କଥା ଯେ ସମସ୍ତ ହିନ୍ଦୁ ଗୋଟିଏ କାରଣ ପାଇଁ ଏକାଠି ହେବାର ସମୟ ଆସି ଯାଇଛି। ସେହିପରି ହିନ୍ଦୁ ରାଷ୍ଟ୍ର ଗଠନର ବିଗୁଲ କେବଳ ଓଡ଼ିଶାରୁ ବାଜି ପାରେ ବୋଲି ସେ କହଛନ୍ତି।
Miscellaneous
ବ୍ୟାନ୍ ପରେ ବି ଉଡ଼ୁଛି ଚାଇନିଜ ମାଞ୍ଜା ସୁତା ଗୁଡ଼ି, ସାଜିପାରେ ଘାତକ
ସରକାର ବ୍ୟାନ୍ କରି ସାରିଥିବା ବେଳେ କଟକ ସହରରେ କିନ୍ତୁ ଖୁଲମଖୁଲା ଜମୁଛି ବେପାର। ସବୁବେଳେ ଜନଗହଳିପୂର୍ଣ୍ଣ ରହୁଥିବା କଟକ ସହରରେ ଚାଇନିଜ ମାଞ୍ଜା ସୁତା ଲଗା ଗୁଡ଼ି ଉଡ଼ୁଛି।
Crime
ଲୋକସେବା ଭବନରୁ ମହାଠକକୁ ଗିରଫ କଲା ପୁଲିସ୍, ମିଳିଲା ନକଲି ପରିଚୟପତ୍ର
ବ୍ୟାସଦେବ ନିଜକୁ ପଞ୍ଚାୟତି ରାଜ ବିଭାଗର ଜଣେ ସେକ୍ସନ ଅଫିସର ଭାବେ ପରିଚୟ ଦେଇ ଲୋକଙ୍କୁ ଠକି ଚାଲିଥିଲା।
Miscellaneous
ସୀମାନ୍ତରେ ନକ୍ସଲଙ୍କ ଆଇଇଡି ବିସ୍ଫୋରଣ, ୨ ସୁରକ୍ଷାକର୍ମୀ ଆହତ
ସ୍ଥାନୀୟ ପୁଲିସ୍ କହିଛି ଯେ ଜାଙ୍ଗାଲା ନିକଟର ଜୈଗୁର ଜଙ୍ଗଲରେ ରବିବାର ସନ୍ଧ୍ୟାରୁ ସର୍ଚ୍ଚ ଅପରେସନ ଆରମ୍ଭ ହୋଇଥିଲା। ଡିଆରଜି ଯବାନ ଓ କୁଟ୍ରୁ ପୁଲିସ୍ର କର୍ମଚାରୀମାନେ ଏଥିରେ ସାମିଲ ହୋଇଥିଲେ।