ଦୁର୍ଗା ପୂଜାରେ ଭିଜିବ ଓଡ଼ିଶା; ଅଷ୍ଟମୀ ଓ ନବମୀରେ ପ୍ରବଳ ବର୍ଷିବ!

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଦୁର୍ଗା ପୂଜାରେ ଭିଜିବ ଓଡ଼ିଶା। ଷଷ୍ଠୀରୁ ଆରମ୍ଭ ହେବ ବର୍ଷା। ଧୀରେ ଧୀରେ ବର୍ଷାର ପରିମାଣ ବଢ଼ିବ। ତେବେ ଅଷ୍ଟମୀ ଓ ନବମୀରେ ପ୍ରବଳରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଉଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍‌ ଅନୁସାରେ ଶନିବାର ସକାଳ ସାଢ଼େ ୮ଟାରୁ ରବିବାର ସକାଳ ସାଢ଼େ ୮ଟା ଭିତରେ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଓ […]

rain

  • Published: Friday, 30 September 2022
  • , Updated: 30 September 2022, 10:37 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଦୁର୍ଗା ପୂଜାରେ ଭିଜିବ ଓଡ଼ିଶା। ଷଷ୍ଠୀରୁ ଆରମ୍ଭ ହେବ ବର୍ଷା। ଧୀରେ ଧୀରେ ବର୍ଷାର ପରିମାଣ ବଢ଼ିବ। ତେବେ ଅଷ୍ଟମୀ ଓ ନବମୀରେ ପ୍ରବଳରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଉଛି।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍‌ ଅନୁସାରେ ଶନିବାର ସକାଳ ସାଢ଼େ ୮ଟାରୁ ରବିବାର ସକାଳ ସାଢ଼େ ୮ଟା ଭିତରେ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲା ୭ରୁ ୧୧ ସେମି ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ରବିବାର ସକାଳ ସାଢ଼େ ୮ଟାରୁ ସୋମବାର ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଜପତି ଓ ଗଞ୍ଜାମ ଜିଲ୍ଲାରେ କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେମି ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

https://twitter.com/mcbbsr/status/1575649403318067206?s=20&t=1AU5SMX_jBft3ppLaoy44g

ସୋମବାର ସକାଳ ସାଢ଼େ ୮ଟାରୁ ମଙ୍ଗଳବାର ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ପୁରୀ, ଜଗତସିଂହପୁର, ଗଞ୍ଜାମ ଓ କନ୍ଧମାଳ ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୨୦ ସେମି ପର୍ଯ୍ୟନ୍ତ ହେବ। ଠିକ୍‌ ସେହିପରି ମାଲକାନଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ, ବୌଦ୍ଧ, ନୟାଗଡ଼, ଗଜପତି, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, କଟକ, ଜଗତସିଂହପୁର, ଭଦ୍ରକ, ଯାଜପୁର ଓ ବାଲେଶ୍ୱର ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେମି ପର୍ଯ୍ୟନ୍ତ ବର୍ଷା ହେବାର ଅଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

https://twitter.com/mcbbsr/status/1575790868664983552?s=20&t=1AU5SMX_jBft3ppLaoy44g

ମଙ୍ଗଳବାର ସକାଳ ସାଢ଼େ ୮ଟାରୁ ବୁଧବାର ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ଗଜପତି, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୨୦ ସେମି ପର୍ଯ୍ୟନ୍ତ ବର୍ଷା ହେବାର ରହିଛି। ଏହି ଠିକ୍‌ ସେହିପରି ଗଞ୍ଜାମ, ବୌଦ୍ଧ, ବଲାଙ୍ଗିର, ନୟାଗଡ଼, ପୁରୀ, ରାୟଗଡ଼ା, ଖୋର୍ଦ୍ଧା, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଭଦ୍ରକ, ଯାଜପୁର ଓ ବାଲେଶ୍ୱର ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେମି ପର୍ଯ୍ୟନ୍ତ ବର୍ଷା ହେବାର ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

https://twitter.com/mcbbsr/status/1575792537565949954?s=20&t=1AU5SMX_jBft3ppLaoy44g

Related story