ଆସନ୍ତାକାଲିଠାରୁ ପ୍ରବଳ ବର୍ଷା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତାକାଲିଠାରୁ ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଯାହା ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ର ମଧ୍ୟରେ ରହୁଛି। ଏହା ପ୍ରଭାବରେ ଆସନ୍ତାକାଲିଠାରୁ  ଦକ୍ଷିଣ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷିବ। ୬ ତାରିଖଠୁ ବର୍ଷା ପରିମାଣ ବଢିବ। ଓଡ଼ିଶାର ଅଧାରୁ ଅଧିକ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ […]

Rain

Rain

Rakesh Mallick
  • Published: Wednesday, 04 July 2018
  • Updated: 04 July 2018, 07:55 AM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତାକାଲିଠାରୁ ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଯାହା ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ର ମଧ୍ୟରେ ରହୁଛି। ଏହା ପ୍ରଭାବରେ ଆସନ୍ତାକାଲିଠାରୁ  ଦକ୍ଷିଣ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷିବ।

୬ ତାରିଖଠୁ ବର୍ଷା ପରିମାଣ ବଢିବ। ଓଡ଼ିଶାର ଅଧାରୁ ଅଧିକ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ। ଫଳରେ ପାଣିପାଗ ଉପରେ ଦୃଷ୍ଟି ରଖିବାକୁ ରାଜ୍ୟ ସରକାରଙ୍କୁ କୁହାଯାଇଛି। ପ୍ରତି ମୁହୂର୍ତ୍ତରେ ସଜାଗ ରହିବାକୁ କୁହାଯାଇଛି। ୬ ତାରିଖ ପାଇଁ ଆଲର୍ଟ ଜାରି ହୋଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos