ଆସନ୍ତାକାଲିଠାରୁ ପ୍ରବଳ ବର୍ଷା
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତାକାଲିଠାରୁ ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଯାହା ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ର ମଧ୍ୟରେ ରହୁଛି। ଏହା ପ୍ରଭାବରେ ଆସନ୍ତାକାଲିଠାରୁ ଦକ୍ଷିଣ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷିବ। ୬ ତାରିଖଠୁ ବର୍ଷା ପରିମାଣ ବଢିବ। ଓଡ଼ିଶାର ଅଧାରୁ ଅଧିକ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ […]
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତାକାଲିଠାରୁ ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଯାହା ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ର ମଧ୍ୟରେ ରହୁଛି। ଏହା ପ୍ରଭାବରେ ଆସନ୍ତାକାଲିଠାରୁ ଦକ୍ଷିଣ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷିବ।
୬ ତାରିଖଠୁ ବର୍ଷା ପରିମାଣ ବଢିବ। ଓଡ଼ିଶାର ଅଧାରୁ ଅଧିକ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ। ଫଳରେ ପାଣିପାଗ ଉପରେ ଦୃଷ୍ଟି ରଖିବାକୁ ରାଜ୍ୟ ସରକାରଙ୍କୁ କୁହାଯାଇଛି। ପ୍ରତି ମୁହୂର୍ତ୍ତରେ ସଜାଗ ରହିବାକୁ କୁହାଯାଇଛି। ୬ ତାରିଖ ପାଇଁ ଆଲର୍ଟ ଜାରି ହୋଇଛି।