ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୦ ଜିଲ୍ଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ୱେଲ୍‌ ମାର୍କ ଲୋ’ ପ୍ରେସରରେ ପରିଣତ ହୋଇଛି। ଏହାର ପ୍ରଭାବରେ ରାଜ୍ୟର ଗତକାଲିଠୁ ବର୍ଷା ଲାଗି ରହିଛି। ଆସନ୍ତାକାଲି ପର୍ଯ୍ୟନ୍ତ ରାଜ୍ୟରେ ଏଭଳି ବର୍ଷା ଲାଗି ରହିବ। ଏହାପରେ ବର୍ଷା ପରିମାଣ କମିବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ମାତ୍ରାରେ ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହ ଆଉ […]

rain..8-750x430

rain..8-750x430

Tapaswini Nayak
  • Published: Thursday, 24 October 2019
  • Updated: 24 October 2019, 02:34 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ୱେଲ୍‌ ମାର୍କ ଲୋ’ ପ୍ରେସରରେ ପରିଣତ ହୋଇଛି। ଏହାର ପ୍ରଭାବରେ ରାଜ୍ୟର ଗତକାଲିଠୁ ବର୍ଷା ଲାଗି ରହିଛି। ଆସନ୍ତାକାଲି ପର୍ଯ୍ୟନ୍ତ ରାଜ୍ୟରେ ଏଭଳି ବର୍ଷା ଲାଗି ରହିବ। ଏହାପରେ ବର୍ଷା ପରିମାଣ କମିବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ତେବେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ମାତ୍ରାରେ ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହ ଆଉ କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।

ଏନେଇ ପାଣିପାଗ ବିଭାଗ ପକ୍ଷରୁ ଆସନ୍ତାକାଲି ପର୍ଯ୍ୟନ୍ତ ୫ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ୧୦ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲାଗୁଡ଼ିକ ହେଲା ଢେଙ୍କାନାଳ, କେନ୍ଦୁଝର, କଟକ, ଖୋର୍ଦ୍ଧା ଓ ପୁରୀ। ଅରେଞ୍ଜ ୱାର୍ଣ୍ଣିଂ ଜିଲ୍ଲାଗୁଡ଼ିକ ହେଲା ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ଗଞ୍ଜାମ, ନୟାଗଡ଼, ଦେବଗଡ଼ ଓ ଅନୁଗୋଳ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos