ରାଜ୍ୟରେ ଆହୁରି ୩ ଦିନ ବର୍ଷିବ

ଭୁବେଶ୍ୱର(ଓଡ଼ିଶା ରିପୋର୍ଟର): ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପ୍ରଭାବରେ ରାଜ୍ୟରେ ଆହୁରି ୩ ଦିନ ବର୍ଷା ସମ୍ଭାବନା ରହିଛି । ଆଗାମୀ ୨୪ ଘଣ୍ଟା ପାଇଁ ମାଲକାନଗିରି, ପୁରୀ, ଜଗତସିଂପୁର, ସମ୍ବଲପୁର, ଦେବଗଡ, ଅନୁଗୁଳ  ଓ ବଲାଙ୍ଗିରରେ  ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଏହି ସବୁ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଗଞ୍ଜାମ, କୋରାପୁଟ୍, କେନ୍ଦ୍ରାପଡା, ଯାଜପୁର, ଭଦ୍ରକ, ସୋନପୁର, ଢେଙ୍କନାଳ, ବୌଦ୍ଧ, […]

rain

rain

Niharika Rout
  • Published: Friday, 14 August 2020
  • Updated: 14 August 2020, 07:58 AM IST

Sports

Latest News

ଭୁବେଶ୍ୱର(ଓଡ଼ିଶା ରିପୋର୍ଟର): ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପ୍ରଭାବରେ ରାଜ୍ୟରେ ଆହୁରି ୩ ଦିନ ବର୍ଷା ସମ୍ଭାବନା ରହିଛି । ଆଗାମୀ ୨୪ ଘଣ୍ଟା ପାଇଁ ମାଲକାନଗିରି, ପୁରୀ, ଜଗତସିଂପୁର, ସମ୍ବଲପୁର, ଦେବଗଡ, ଅନୁଗୁଳ  ଓ ବଲାଙ୍ଗିରରେ  ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଏହି ସବୁ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।

ଗଞ୍ଜାମ, କୋରାପୁଟ୍, କେନ୍ଦ୍ରାପଡା, ଯାଜପୁର, ଭଦ୍ରକ, ସୋନପୁର, ଢେଙ୍କନାଳ, ବୌଦ୍ଧ, କନ୍ଧମାଳ,  କଳାହାଣ୍ଡି ଏବଂ ବରଗଡରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଏସବୁ ଜିଲ୍ଲାକୁ ଆଜି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଲଘୁଚାପ ଜନିତ ସମ୍ଭାବ୍ୟ ବର୍ଷା ନେଇ ଜିଲ୍ଲାପାଳମାନଙ୍କୁ ସତର୍କ ରହିବାକୁ ଚିଠି ଲେଖିଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର । ଅରେଞ୍ଜ ଏବଂ ୟେଲୋ ୱାର୍ଣ୍ଣିଂ ଜିଲ୍ଲା ପ୍ରତି ନଜର ରଖିବା ସହ ଖାଲୁଆ ଅଞ୍ଚଳରେ ପାଣି ଜମିବା ଆଶଙ୍କା ଥିବାରୁ ଏଥିପ୍ରତି ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି  ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos