୧୧ରୁ ପ୍ରବଳ ବର୍ଷିବ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ କ୍ଷେତ୍ର । ଆଜି ସକାଳ ୧୦ଟା ସୁଦ୍ଧା ଏହା ଅବପାତରେ ପରିଣତ ହେବା ସମ୍ଭାବନା ରହିଛି । ଅବପାତରେ ପରିଣତ ପରେ ଏହା ପଶ୍ଚିମ ଓ ଉତ୍ତର ପଶ୍ଚିମ ଦିଗରେ ଗତି କରିପାରେ । କାଳକ୍ରମେ ତୀବ୍ର ଅବପାତରେ ପରିଣତ ହୋଇ ଆସନ୍ତା ୧୨ ତାରିଖରେ ଆନ୍ଧ୍ର ଉପକୂଳ ଛୁଇଁବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି  । ଏହା ପ୍ରଭାବରେ […]

heavy-rain

Niharika Rout
  • Published: Saturday, 10 October 2020
  • , Updated: 10 October 2020, 07:46 AM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ କ୍ଷେତ୍ର । ଆଜି ସକାଳ ୧୦ଟା ସୁଦ୍ଧା ଏହା ଅବପାତରେ ପରିଣତ ହେବା ସମ୍ଭାବନା ରହିଛି । ଅବପାତରେ ପରିଣତ ପରେ ଏହା ପଶ୍ଚିମ ଓ ଉତ୍ତର ପଶ୍ଚିମ ଦିଗରେ ଗତି କରିପାରେ ।

କାଳକ୍ରମେ ତୀବ୍ର ଅବପାତରେ ପରିଣତ ହୋଇ ଆସନ୍ତା ୧୨ ତାରିଖରେ ଆନ୍ଧ୍ର ଉପକୂଳ ଛୁଇଁବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି  । ଏହା ପ୍ରଭାବରେ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ୧୧ରୁ ୧୩ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ବିଶେଷ କରି ଦକ୍ଷିଣ ଉପକୂଳ ଓଡିଶାରେ ପ୍ରବଳ ବର୍ଷା ହେବା ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆଜିଠୁ ସମୁଦ୍ର ମଧ୍ୟକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି।

Related story