ଆସୁଛି ଆଉ ଏକ ଲଘୁଚାପ: ୧୯ରୁ ୨୧ ପ୍ରବଳ ବର୍ଷିବ!

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁ ୧୯ରୁ ୨୧ ଯାଏଁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ୧୯ ତାରିଖରେ ୫ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଞ୍ଜାମ, ଗଜପତି ଜିଲ୍ଲାରେ ପ୍ରବଳ ବର୍ଷିବ। ୨୦ ତାରିଖରେ ଅତି ପ୍ରବଳ ବର୍ଷା ପାଇଁ ଗଞ୍ଜାମ ଓ ଗଜପତିକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ୨୦ ଓ ୨୧ରେ ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ ପୁରୀ ଜିଲ୍ଲାକୁ […]

heavy-rain

Manoranjan Sial
  • Published: Saturday, 17 October 2020
  • , Updated: 17 October 2020, 04:50 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁ ୧୯ରୁ ୨୧ ଯାଏଁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ୧୯ ତାରିଖରେ ୫ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଞ୍ଜାମ, ଗଜପତି ଜିଲ୍ଲାରେ ପ୍ରବଳ ବର୍ଷିବ। ୨୦ ତାରିଖରେ ଅତି ପ୍ରବଳ ବର୍ଷା ପାଇଁ ଗଞ୍ଜାମ ଓ ଗଜପତିକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ୨୦ ଓ ୨୧ରେ ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ ପୁରୀ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲା ଗୁଡ଼ିକରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

Related story