୯ରୁ ୧୧ ଯାଏ ବର୍ଷା; ୧୨ରୁ ଶୁଖିଲା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତା ୯ ତାରିଖରେ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଯୋଗୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ଆସନ୍ତାକାଲି ଜଗତସିଂହପୁର, ପୁରୀ, ଗଞ୍ଜାମ ଓ ସୁନ୍ଦରଗଡ଼ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ଏଥିସହ ଆସନ୍ତାକାଲି ମଧ୍ୟ ୧୩ଟି ଜିଲ୍ଲାରେ ମଧ୍ୟ ଝଡ଼ତୋଫାନ ସହ ବଜ୍ରପାତ ହେବା ନେଇ ସତର୍କ ସୂଚନା ଦିଆଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଉଛି- କନ୍ଧମାଳ, ବଲାଙ୍ଗିର, ସୋନପୁର, ସମ୍ବଲପୁର, ଅନୁଗୋଳ, ଢେଙ୍କାନାଳ,କେନ୍ଦୁଝର, ମୟୂରଭଞ୍ଜ, କଟକ, ଖୋର୍ଦ୍ଧା, ପୁରୀ, […]

rain

Jyoshna Pradhan
  • Published: Friday, 07 August 2020
  • , Updated: 07 August 2020, 02:54 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତା ୯ ତାରିଖରେ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଯୋଗୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ଆସନ୍ତାକାଲି ଜଗତସିଂହପୁର, ପୁରୀ, ଗଞ୍ଜାମ ଓ ସୁନ୍ଦରଗଡ଼ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ଏଥିସହ ଆସନ୍ତାକାଲି ମଧ୍ୟ ୧୩ଟି ଜିଲ୍ଲାରେ ମଧ୍ୟ ଝଡ଼ତୋଫାନ ସହ ବଜ୍ରପାତ ହେବା ନେଇ ସତର୍କ ସୂଚନା ଦିଆଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଉଛି- କନ୍ଧମାଳ, ବଲାଙ୍ଗିର, ସୋନପୁର, ସମ୍ବଲପୁର, ଅନୁଗୋଳ, ଢେଙ୍କାନାଳ,କେନ୍ଦୁଝର, ମୟୂରଭଞ୍ଜ, କଟକ, ଖୋର୍ଦ୍ଧା, ପୁରୀ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର।

ଆସନ୍ତା ୯ରୁ ୧୧ ତାରିଖ ଯାଏ  ରାଜ୍ୟର ବିଭିନ୍ନ ଜିଲ୍ଲାରେ ଲଘୁଚାପ ବର୍ଷା ହେବାର ସମ୍ଭାବନା ରହିଛି। ୧୨ ତାରିଖ ପରେ ପାଗରେ ପରିବର୍ତ୍ତନ ହୋଇ ଶୁଖିଲା ହେବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

Related story