ଆଜିଠୁ ପ୍ରବଳ ବର୍ଷା

Ordigital Desk
  • Published: Friday, 20 July 2018
  • , Updated: 20 July 2018, 07:54 AM IST
<p>ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜିଠାରୁ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଉତ୍ତରପଶ୍ଚିମ ବଙ୍ଗୋପ ସାଗରରେ ଏକ ଲଘୁଚାପ ଘନୀଭୂତ ହେଉଥିବାରୁ ଏହାର ପ୍ରଭାବରେ ଆଜିଠୁ ରାଜ୍ୟର ୧୪ଟି ଜିଲ୍ଳାରେ ପ୍ରବଳ ଓ ୨ଟି ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।</p> <p>ଆଜିଠାରୁ ୨୨ ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ। ଉପକୂଳବର୍ତ୍ତୀ ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଭଦ୍ରକ ଓ ଗଞ୍ଜାମ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି। ତେବେ ଆସନ୍ତାକାଲି ଓ ୨୨ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।</p>

Related story