ଆଜିଠୁ ପ୍ରବଳ ବର୍ଷିବ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଉତ୍ତର-ପୂର୍ବ ବଙ୍ଗୋପ ସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆଜିଠୁ ପ୍ରବଳ ବର୍ଷା ହେବ। ଶୁକ୍ରବାର ଓ ଶନିବାର ଉପକୂଳ ଏବଂ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବ। ସେହିପରି ୧୭ ତାରିଖରେ ଦକ୍ଷିଣ ଓଡ଼ିଶାରେ ମଧ୍ୟ ପ୍ରବଳ ବର୍ଷା ହେବ। ମାତ୍ର ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷାର ପରିମାଣ କମ୍‌ ରହିବ। ଲଘୁଚାପ ଯୋଗୁ ଆଜି ସକାଳେ ରାଜଧାନୀ ଭୁବନେଶ୍ୱରର ସମେତ ସମଗ୍ର ରାଜ୍ୟର ପାଗ ମେଘୁଆ ରହିଛି। […]

Rain-

Rakesh Mallick
  • Published: Thursday, 12 July 2018
  • , Updated: 12 July 2018, 10:13 AM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଉତ୍ତର-ପୂର୍ବ ବଙ୍ଗୋପ ସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆଜିଠୁ ପ୍ରବଳ ବର୍ଷା ହେବ। ଶୁକ୍ରବାର ଓ ଶନିବାର ଉପକୂଳ ଏବଂ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବ। ସେହିପରି ୧୭ ତାରିଖରେ ଦକ୍ଷିଣ ଓଡ଼ିଶାରେ ମଧ୍ୟ ପ୍ରବଳ ବର୍ଷା ହେବ। ମାତ୍ର ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷାର ପରିମାଣ କମ୍‌ ରହିବ।

ଲଘୁଚାପ ଯୋଗୁ ଆଜି ସକାଳେ ରାଜଧାନୀ ଭୁବନେଶ୍ୱରର ସମେତ ସମଗ୍ର ରାଜ୍ୟର ପାଗ ମେଘୁଆ ରହିଛି। ଏପରିକି ଉପକୂଳ ଓଡ଼ିଶାରେ କେତେକ ସ୍ଥାନରେ ଝିପିଝିପି ବର୍ଷା ଆରମ୍ଭ ହୋଇଛି। ସନ୍ଧ୍ୟାରୁ ବର୍ଷାର ପରିମାଣ ବଢ଼ିବ। ୪ ଦିନ ଧରି ଏହି ବର୍ଷା ଲାଗି ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବନୁମାନ କରିଛି।

Related story