ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତା ୨୬ ଯାଏ ରାଜ୍ୟରେ ଲାଗି ରହିବ କୋହଲା ପାଗ ସହ ବର୍ଷା। କାଲି ସମ୍ବଲପୁର, ଦେବଗଡ଼ ଓ ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ହେବାର ସଂଭାବନା ରହିଛି। ଏନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।
୨୪ ଘଣ୍ଟା ଭିତରେ ଉପକୂଳ ଓଡ଼ିଶାର ସମସ୍ତ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣ ବର୍ଷା ହେବ। ଏହାଛଡା ଉତ୍ତର-ଆଭ୍ୟନ୍ତରୀଣ ଅଞ୍ଚଳରେ ମଧ୍ୟମ ଧରଣର ବର୍ଷା ହୋଇପାରେ। ପବନ ବହିବା ସହିତ ବଜ୍ରପାତ ମଧ୍ୟ ହେବ। ତେବେ ୨୬ ତାରିଖ ପରେ ରାଜ୍ୟରେ ବର୍ଷା କମିବା ସହ ତାପମାତ୍ରା ହ୍ରାସ ପାଇବ। ଆକାଶ ମେଘମୁକ୍ତ ହେବା ପରେ ୨ରୁ ୩ଡିଗ୍ରୀ ପର୍ଯ୍ୟନ୍ତ ପାରଦ ଖସିବ। ପୁଣି ଥରେ ଶୀତ ଅନୁଭୂତ ହେବ। ଏହାସହ ଉପକୂଳ, ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ଘନ କୁହୁଡ଼ି ଦେଖାଦେବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ସୂଚନା ଦେଇଛନ୍ତି।
ଆଜି ଉତ୍ତର ଓଡ଼ିଶାରେ ପାଗ କୋହଲା ରହିବା ସହିତ କେତେକ ସ୍ଥାନରେ ଝିପିଝିପି ବର୍ଷା ହୋଇଛି। ଯାହାଫଳରେ ସଞ୍ଜ ବେଳେ ଶୀତ ଅନୁଭୂତ ହୋଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ବ୍ରିଜ ତଳକୁ ଖସିଲା ସ୍କୁଟି, ଆଖି ବୁଜିଲେ ଚାଳକ
ଭବାନୀ ଷଡ଼ଙ୍ଗୀ କୌଣସି କାମ ପାଇଁ ତୁରେକେଲା ପଟେ ଆସୁଥିଲେ। ମାତ୍ର ପଣ୍ଡେନ ବ୍ରିଜ ନିକଟରେ ତାଙ୍କ ସ୍କୁଟି ଭାରସାମ୍ୟ ହରାଇ ବ୍ରିଜ ତଳକୁ ଖସି ପଡ଼ିଥିଲା।
Crime
ନିର୍ମାଣାଧୀନ ଘରୁ ବୋମା ଭର୍ତ୍ତି ବ୍ୟାଗ୍ ଜବତ, ଅଭିଯୁକ୍ତ ଚମ୍ପଟ
ପୁଲିସ୍କୁ ଦେଖି କିଛି ଯୁବକ ବ୍ୟାଗ ଛାଡି ଦୌଡ଼ି ପଳାଇଥିବା ବେଳେ ପୁଲିସ୍ ସେମାନଙ୍କ ସନ୍ଧାନ ଆରମ୍ଭ କରିଛି।
Crime
‘ଆଇନ ଛାତ୍ର ରାଗିଂ କରିବା ଅଶୋଭନୀୟ, ଅନାଥାଶ୍ରମରେ ସପ୍ତାହେ ପାଠ ପଢ଼ାଇବେ’
ଆବେଦନର ବିଚାର କରି ଆଇନ ଛାତ୍ରଙ୍କ ବିରୋଧରେ ନିମ୍ନ ଅଦାଲରେ ରୁଜୁ ହୋଇଥିବା ଫୌଜଦାରୀ ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ମାତ୍ର ଆଇନ ଛାତ୍ରଙ୍କ ଏପରି ଆଚରଣରେ କ୍ଷୋଭ ପ୍ରକାଶ କରିଛନ୍ତି ହାଇକୋର୍ଟ।
Miscellaneous
ଜବରଦଖଲ ଉଚ୍ଛେଦକୁ ବିରୋଧ, ପ୍ରଶାସନ ଲାଗୁ କଲା କର୍ଫ୍ୟୁ
ବାଲେଶ୍ୱରର ଯାଦପୁର, ଅକ୍ତିଆରପୁର ଓ ଭାସ୍କରଗଞ୍ଜ ମୌଜାରେ ଜବରଦଖଲ ଉଚ୍ଛେଦ ପାଇଁ ପ୍ରଶାସନ କଠୋର ପଦକ୍ଷେପ ନେଇଛି । ସେହି ସ୍ଥାନରେ ତୃତୀୟ ଲାଇନ କାମରେ ବାଧକ ସାଜିଛନ୍ତି ଜବରଦଖଲକାରୀ ।
Crime
ରାତି ଅଧରେ ଫୁଟିଲା ବୋମା, ଦୁର୍ବୃତ୍ତ ଫେରାର
ଗତ ରାତିରେ ଫୁଟିଛି ବୋମା । ଜଣେ ବାଉଁଶ ବ୍ୟବସାୟୀଙ୍କ ଘର ଉପରକୁ ହୋଇଛି ବୋମା ମାଡ଼ ।