କାଲିଠାରୁ ୩ ଦିନ ଢ଼ାଳିବ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତାକାଲିଠୁ ରାଜ୍ୟରେ ୩ ଦିନ ଧରି ପ୍ରବଳ ବର୍ଷା ହେବା ନେଇ ଆକଳନ କରାଯାଇଛି। ଏନେଇ ଉତ୍ତର, ଉପକୂଳ ଓ ଆଭ୍ୟନ୍ତରୀଣ ଜିଲ୍ଲା ପାଇଁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। କନ୍ଧମାଳ, ଢେଙ୍କାନାଳ, ମୟୂରଭଞ୍ଜ, କେନ୍ଦୁଝର, ରାୟଗଡ଼ା ଜିଲ୍ଲାରେ ପ୍ରବଳ ବର୍ଷା ହେବ। ସେହିପରି ସୁନ୍ଦରଗଡ଼, ଦେବଗଡ଼, ସୋନପୁର, ସମ୍ବଲପୁର, ବୌଦ୍ଧ, ମୟୂରଭଞ୍ଜ ଅନୁଗୁଳ, ବରଗଡ଼, ନବରଙ୍ଗପୁର, ବଲାଙ୍ଗିର ଓ ନୂଆପଡ଼ାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି।

୩ ଦିନ ବର୍ଷା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସଳଚନା ଦିଆଯାଇଛି।