ରବିବାର ଘାଣ୍ଟିବ ଲଘୁଚାପ ବର୍ଷା!

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଲଘୁଚାପ ପ୍ରଭାବରେ ରବିବାର ୧୦ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ସେହିପରି ୧୬ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ବାକି ଜିଲ୍ଲାରେ ମଧ୍ୟମ ଧରଣ ବର୍ଷା ହୋଇପାରେ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ବର୍ଷା ଯୋଗୁ ମାଟି ଅତଡ଼ା ଖସିବାର ଆଶଙ୍କା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ବୁଲେଟିଂ ଅନୁସାରେ ଆନ୍ତାକାଲି ଅର୍ଥାତ ୧୧ ତାରିଖ […]

Bhubaneswar

  • Published: Saturday, 10 September 2022
  • , Updated: 10 September 2022, 10:11 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଲଘୁଚାପ ପ୍ରଭାବରେ ରବିବାର ୧୦ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ସେହିପରି ୧୬ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ବାକି ଜିଲ୍ଲାରେ ମଧ୍ୟମ ଧରଣ ବର୍ଷା ହୋଇପାରେ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ବର୍ଷା ଯୋଗୁ ମାଟି ଅତଡ଼ା ଖସିବାର ଆଶଙ୍କା ରହିଛି।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ବୁଲେଟିଂ ଅନୁସାରେ ଆନ୍ତାକାଲି ଅର୍ଥାତ ୧୧ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଗଜପତି, ଗଞ୍ଜାମ, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, ବଲାଙ୍ଗିର, କୋରାପୁଟ, ବୌଦ୍ଧ ଓ ନୟାଗଡ଼ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲା ୭ରୁ ୨୦ ସେମି ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ନୂଆପଡ଼ା, ସୋନପୁର, ଢେଙ୍କାନାଳ, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, କଟକ, ବାଲେଶ୍ୱର, ମୟୂରଭଞ୍ଜ, ପୁରୀ, କେନ୍ଦୁଝର, ମାଲକାନଗିରି, ବରଗଡ଼ ଓ ଅନୁଗୋଳ ଜିଲ୍ଲାରେ ପ୍ରର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେମି ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୧୧ ତାରିଖ ସକାଳ ସାଢ଼େ ୮ଟାରୁ ୧୨ ତାରିଖ ସକାଳ ସାଢ଼େ ୮ଟା ଭିତରେ ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା, ବଲାଙ୍ଗିର, ସୋନପୁର, ବୌଦ୍ଧ ଓ ବରଗଡ଼ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୨୦ ସେମି ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ସମ୍ୱଲପୁର, ନୂଆପଡ଼ା, ଝାରସୁଗୁଡ଼ା, ଅନୁଗୋଳ, ଢେଙ୍କାନାଳ, ଗଜପତି, ନୟାଗଡ଼, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ରାୟଗଡ଼ା, କୋରାପୁଟ, ଗଞ୍ଜାମ, ଦେବଗଡ଼, ପୁରୀ, ଖୋର୍ଦ୍ଧା ଓ କଟକ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେମି ପର୍ଯ୍ୟନ୍ତ ବର୍ଷା ରେକର୍ଡ ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

https://twitter.com/mcbbsr/status/1568519046441877504?s=20&t=SBdRnit5elxX96Wtqg7NAA

୧୨ ତାରିଖ ସକାଳ ସାଢ଼େ ୮ଟାରୁ ୧୩ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗିର, ବରଗଡ଼, ସମ୍ୱଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ଦେବଗଡ଼, ମୟୂରଭଞ୍ଜ, କନ୍ଧମାଳ, ସୋନପୁର, ବୌଦ୍ଧ ଓ ଅନୁଗୋଳ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେମି ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୧୩ ତାରିଖ ସକାଳ ସାଢ଼େ ୮ଟାରୁ ୧୪ ତାରିଖ ସଢ଼େ ୮ଟା ପର୍ଯ୍ୟନ୍ତ ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ୱଲପୁର, ବରଗଡ଼, ନୂଆପଡ଼ା, ବଲାଙ୍ଗିର, କନ୍ଧମାଳ ଓ ସୋନପୁର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେମି ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ବର୍ଷା ସମୟରେ ପାହାଡ଼ିଆ ଅଞ୍ଚଳରେ ମାଟି ଅତଡ଼ା ଖସିପାରେ। ତଳିଅ ଅଞ୍ଚଳରେ ବର୍ଷା ପାଣି ଜମିବାର ସମ୍ଭାବନା ରହିଛି। ମାଟି କାନ୍ଥ ଭୁଶୁଡିବାର ଆଶଙ୍କା ରହିଛି।

https://twitter.com/mcbbsr/status/1568527168556376069?s=20&t=SBdRnit5elxX96Wtqg7NAA

Related story