ଆସୁଛି ଆଉ ଏକ ଲଘୁଚାପ, ୫ ଦିନ ଧରି ପ୍ରବଳ ବର୍ଷିବ!

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଓଡ଼ିଶାରେ ଆଉ ଏକ ଲଘୁଚାପ। ୫ ଦିନ ପ୍ରବଳ ବର୍ଷିବ। ସେଥିପାଇଁ ୧୧ ଜିଲ୍ଲାକୁ ଆଲର୍ଟ କଲା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଉତ୍ତର-ପଶ୍ଚିମ-ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ ଘନୀଭୂତ ହୋଇଛି। ଏହାର ପ୍ରଭାବରେ ଆସନ୍ତା ୫ ଦିନ ଧରି ସମଗ୍ର ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଆସନ୍ତାକାଲି ପାଇଁ ୧୧ଟି ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି। ଏହି ଜିଲ୍ଲାଗୁଡିକ ହେଲା ନବରଙ୍ଗପୁର, କୋରାପୁଟ, ମାଲକାନଗିରି, ଗଜପତି, […]

Heavy_Rain

Manoranjan Sial
  • Published: Sunday, 09 August 2020
  • , Updated: 09 August 2020, 10:27 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଓଡ଼ିଶାରେ ଆଉ ଏକ ଲଘୁଚାପ। ୫ ଦିନ ପ୍ରବଳ ବର୍ଷିବ। ସେଥିପାଇଁ ୧୧ ଜିଲ୍ଲାକୁ ଆଲର୍ଟ କଲା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଉତ୍ତର-ପଶ୍ଚିମ-ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ ଘନୀଭୂତ ହୋଇଛି। ଏହାର ପ୍ରଭାବରେ ଆସନ୍ତା ୫ ଦିନ ଧରି ସମଗ୍ର ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଆସନ୍ତାକାଲି ପାଇଁ ୧୧ଟି ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି। ଏହି ଜିଲ୍ଲାଗୁଡିକ ହେଲା ନବରଙ୍ଗପୁର, କୋରାପୁଟ, ମାଲକାନଗିରି, ଗଜପତି, କଳାହାଣ୍ଡି, ଅନୁଗୋଳ, ଗଞ୍ଜାମ, ରାୟଗଡ଼ା, ବଲାଙ୍ଗିର, ବରଗଡ଼ ଓ ନୂଆପଡ଼ା। ଏହି ସମୟରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନଯିବାକୁ ପରାମର୍ଶ ଦିଆଯାଇଛି।

 

Related story