ପ୍ରବଳ ବର୍ଷିବ! ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ସ୍ଥଳଭାଗରେ ପ୍ରବେଶ କଲା ବଙ୍ଗୋପସାଗରରେ ସୃଷ୍ଟ ଡିପ୍‌ ଡିପ୍ରେସନ। ଆନ୍ଧ୍ରପ୍ରଦେଶ ଉପକୂଳ କାକିନାଡ଼ା ଠାରେ ସ୍ଥଳଭାଗ ଛୁଇଁଛି। ଏହାର ପ୍ରଭାବରେ ଆନ୍ଧ୍ର ଏବଂ ଦକ୍ଷିଣ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ବର୍ଷା ହେବ। ପ୍ରବଳ ବର୍ଷା ସମ୍ଭାବନା ନେଇ ଆସନ୍ତାକାଲି ସକାଳ ଯାଏଁ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଗଂଜାମ, ଗଜପତି, ରାୟଗଡ଼ା, ଖୋର୍ଦ୍ଧା, ପୁରୀ, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। […]

heavy-rain

Manoranjan Sial
  • Published: Tuesday, 13 October 2020
  • , Updated: 13 October 2020, 05:03 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ସ୍ଥଳଭାଗରେ ପ୍ରବେଶ କଲା ବଙ୍ଗୋପସାଗରରେ ସୃଷ୍ଟ ଡିପ୍‌ ଡିପ୍ରେସନ। ଆନ୍ଧ୍ରପ୍ରଦେଶ ଉପକୂଳ କାକିନାଡ଼ା ଠାରେ ସ୍ଥଳଭାଗ ଛୁଇଁଛି। ଏହାର ପ୍ରଭାବରେ ଆନ୍ଧ୍ର ଏବଂ ଦକ୍ଷିଣ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ବର୍ଷା ହେବ। ପ୍ରବଳ ବର୍ଷା ସମ୍ଭାବନା ନେଇ ଆସନ୍ତାକାଲି ସକାଳ ଯାଏଁ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଗଂଜାମ, ଗଜପତି, ରାୟଗଡ଼ା, ଖୋର୍ଦ୍ଧା, ପୁରୀ, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଲଗାଣ ବର୍ଷା ଯୋଗୁ ଗଞ୍ଜାମ ଜିଲ୍ଲା ପାତ୍ରପୁର ବ୍ଲକ ଆଙ୍କୁଲି ତଡ଼କାସାହି ଓ ଚରିଆବାଡ଼ ରାସ୍ତାରେ ପାହାଡ଼ ଧସିଛି। ପାହାଡ଼ରୁ ମାଟି ଅତଡ଼ା ଧସିବାରୁ ଯୋଗାଯୋଗ ସଂପୂର୍ଣ୍ଣ ବ୍ୟାହତ। ଯାହାଫଳରେ ଲୋକେ ନାହିଁନଥିବା ଅସୁବିଧାରେ ସମ୍ମୁଖୀନ ହୋଇଛନ୍ତି।

ଲଘୁଚାପ ପ୍ରଭାବରେ ଆଜି ଦିନ ତମାମ କଟକ ଓ ଭୁବନେଶ୍ୱରରେ ଆକାଶ ମେଘାଚ୍ଛନ୍ନ ହୋଇଛି। ବେଳେ ବର୍ଷା ମଧ୍ୟ ହେଉଛି।

Related story