କାଲିଠାରୁ ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷିବ!

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। ଆସନ୍ତାକାଲି ୧୨ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ସେହି ଜିଲ୍ଲା ଗୁଡ଼ିକ ପାଇଁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ପ୍ରବଳ ବର୍ଷା ନେଇ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡ଼ିକ ହେଲା- କଳାହାଣ୍ଡି, କନ୍ଧମାଳ, ବଲାଙ୍ଗିର, ବରଗଡ଼, ବୌଦ୍ଧ, ଗଞ୍ଜାମ, ପୁରୀ, ସୁବର୍ଣ୍ଣପୁର, ନୟାଗଡ଼, ରାୟଗଡ଼ା, କେନ୍ଦୁଝର, ମୟୂରଭଞ୍ଜ। ଏହି ସମୟ ଅର୍ଥାତ ଆସନ୍ତା […]

rain

Manoranjan Sial
  • Published: Friday, 02 October 2020
  • , Updated: 02 October 2020, 03:37 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। ଆସନ୍ତାକାଲି ୧୨ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ସେହି ଜିଲ୍ଲା ଗୁଡ଼ିକ ପାଇଁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ପ୍ରବଳ ବର୍ଷା ନେଇ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡ଼ିକ ହେଲା- କଳାହାଣ୍ଡି, କନ୍ଧମାଳ, ବଲାଙ୍ଗିର, ବରଗଡ଼, ବୌଦ୍ଧ, ଗଞ୍ଜାମ, ପୁରୀ, ସୁବର୍ଣ୍ଣପୁର, ନୟାଗଡ଼, ରାୟଗଡ଼ା, କେନ୍ଦୁଝର, ମୟୂରଭଞ୍ଜ। ଏହି ସମୟ ଅର୍ଥାତ ଆସନ୍ତା ୫ ତାରିଖ ଯାଏଁ ସମୁଦ୍ର ଭିତରକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି।

ସୂଚନାରୁ ପ୍ରକାଶ, ଲଘୁଚାପ ପ୍ରଭାବରେ ଗତକାଲି ଓ ଆଜି ପ୍ରବଳ ବର୍ଷା ହୋଇଛି। ଯାହାଫଳରେ ଜୀବନ ଯାତ୍ରା ପ୍ରଭାବିତ ହୋଇଛି।

Related story