ମାଡ଼ି ଆସୁଛି ବର୍ଷା: ୧୪ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ମାଡି ଆସୁଛି କାଳବୈଶାଖୀ। ଏହାର ପ୍ରଭାବରେ ବର୍ଷା ହେବାର ସମ୍ଭାବନା ରହିଛି। କିଛି କିଛି ସ୍ଥାନରେ କୁଆ ପଥର ବର୍ଷା ଓ ପବନ ବୋହିବାର ରହିଛି। ଏହି ସମୟରେ ଘରୁ ନବାହାରିବା ପାଇଁ ୧୪ଟି ଜିଲ୍ଲାବାସୀଙ୍କୁ ସତର୍କତା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଗଜପତି, ରାୟଗଡ଼ା, କନ୍ଧମାଳ, ସୁନ୍ଦରଗଡ଼, ଅନୁଗୋଳ, ଦେବଗଡ଼, ଢେଙ୍କାନାଳ, ବଲାଙ୍ଗିର, ନବରଙ୍ଗପୁର, କୋରାପୁଟ ଓ କଳାହାଣ୍ଡି ଜିଲ୍ଲାରେ କାଳବୈଶାଖୀ ହେବ। ଏହାର ପ୍ରଭାବରେ […]

Rain-1-768x463

Rain-1-768x463

Rakesh Mallick
  • Published: Friday, 06 April 2018
  • Updated: 06 April 2018, 06:17 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ମାଡି ଆସୁଛି କାଳବୈଶାଖୀ। ଏହାର ପ୍ରଭାବରେ ବର୍ଷା ହେବାର ସମ୍ଭାବନା ରହିଛି। କିଛି କିଛି ସ୍ଥାନରେ କୁଆ ପଥର ବର୍ଷା ଓ ପବନ ବୋହିବାର ରହିଛି। ଏହି ସମୟରେ ଘରୁ ନବାହାରିବା ପାଇଁ ୧୪ଟି ଜିଲ୍ଲାବାସୀଙ୍କୁ ସତର୍କତା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଗଜପତି, ରାୟଗଡ଼ା, କନ୍ଧମାଳ, ସୁନ୍ଦରଗଡ଼, ଅନୁଗୋଳ, ଦେବଗଡ଼, ଢେଙ୍କାନାଳ, ବଲାଙ୍ଗିର, ନବରଙ୍ଗପୁର, କୋରାପୁଟ ଓ କଳାହାଣ୍ଡି ଜିଲ୍ଲାରେ କାଳବୈଶାଖୀ ହେବ। ଏହାର ପ୍ରଭାବରେ ବର୍ଷା ସହିତ ୫୦ରୁ ୬୦ କିମି ବେଗରେ ପବନ ବୋହିବାର ସମ୍ଭାବନା ରହିଛି। କିଛି ସ୍ଥାନରେ କୁଆପଥର ବର୍ଷା ମଧ୍ୟ ହେବ। ଏହି ସମୟରେ ଘରୁ ନବାହାରିବା ପାଇଁ ପରାମର୍ଶ ଦିଆଯାଇଛି।

ସୂଚନାରୁ ପ୍ରକାଶ, ଗତ କିଛି ଦିନ ଧରି ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିଥିଲା। ଯାହାଫଳରେ ବ୍ୟାପକ କ୍ଷୟକ୍ଷତି ଘଟିଥିଲା। ବିଶେଷକରି ଉତ୍ତର ଓଡ଼ିଶାର ବାଲେଶ୍ୱର ଓ କେନ୍ଦୁଝରର ପରିବା ଚାଷୀ ବେଶୀ କ୍ଷତିରେ ପଡ଼ିଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos