Advertisment

ରାତିରେ ପ୍ରବଳ ବର୍ଷିବ, ସତର୍କ କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ରାତିରେ ରାଜ୍ୟର ଅଧାରୁ ଅଧିକ ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଏନେଇ ୧୯ ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଏହି ସବୁ ଜିଲ୍ଲାରେ ବଜ୍ରପାତର ଆଶଙ୍କା ଥିବାରୁ ରାତି ୧୦ଟାଏ ବାହାରକୁ ନଯିବା ପାଇଁ ପରାମର୍ଶ ଦିଆଯାଇଛି। ଉତ୍ତର-ପଶ୍ଚିମ ବଙ୍ଗୋପସାଗରେ ପୁଣି ଏକ ଲଘୁଚାପ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆଜି ରାତିରେ କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ଦେବଗଡ଼, […]

ବର୍ଷିବ, ଘଡ଼ଘଡ଼ି ବି ମାରିବ: ସତର୍କ କଲା ପାଣିପାଗ କେନ୍ଦ୍ର

heavy rain in odisha

Advertisment

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ରାତିରେ ରାଜ୍ୟର ଅଧାରୁ ଅଧିକ ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଏନେଇ ୧୯ ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଏହି ସବୁ ଜିଲ୍ଲାରେ ବଜ୍ରପାତର ଆଶଙ୍କା ଥିବାରୁ ରାତି ୧୦ଟାଏ ବାହାରକୁ ନଯିବା ପାଇଁ ପରାମର୍ଶ ଦିଆଯାଇଛି।

Advertisment

ଉତ୍ତର-ପଶ୍ଚିମ ବଙ୍ଗୋପସାଗରେ ପୁଣି ଏକ ଲଘୁଚାପ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆଜି ରାତିରେ କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ଦେବଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଅନୁଗୋଳ, ସୋନପୁର, ବୌଦ୍ଧ, କନ୍ଧମାଳ, ରାୟଗଡ଼ା, କଳାହାଣ୍ଡି, କୋରାପୁଟ ଓ ନବରଙ୍ଗପୁର ଜିଲ୍ଲା ପ୍ରବଳ ବର୍ଷା ହେବ। ରାଜଧାନୀ ଭୁବନେଶ୍ୱର ମଧ୍ୟ ଏଥିରୁ ବାଦ୍‌ ପଡ଼ିବନି।

ପାଣିପାଗର ବିଭାଗର ଆକଳନ ଅନୁସାରେ ରାତି ୧୦ଟାଏ ଉପରୋକ୍ତ ଜିଲ୍ଲା ଗୁଡ଼ିକରେ ଝଡ଼ତୋଫାନ୍‌ ସହ ବଜ୍ରପାତର ଆଶଙ୍କା ମଧ୍ୟ ରହିଛି। ଏହି ସମୟରେ ସମୁଦ୍ର ଭିତରକୁ ନଯିବା ପାଇଁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି।

Advertisment
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe