Advertisment

ଆଜି ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଯୋଗୁଁ ଗତକାଲିଠୁ ଉପକୂଳ ଏବଂ ଦକ୍ଷିଣ ଓଡ଼ିଶାରେ ବର୍ଷା ଜାରି ରହିଛି। ଆଜି ୧୨ଟି ଜିଲ୍ଲାରେ ବର୍ଷା ଜାରି ରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ୧୨ଟି ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣି ଜାରି କରାଯାଇଛି। ସେହି ଜିଲ୍ଲା ଗୁଡିକ ହେଲା କଟକ, ଭଦ୍ରକ, ପୁରୀ, ଜଗତସିଂହପୁର, ବାଲେଶ୍ୱର, ସମ୍ବଲପୁର, ଦେବଗଡ଼, କନ୍ଧମାଳ, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼ ଓକେନ୍ଦ୍ରାପଡ଼ା। ଏହି ସବୁ ଜିଲ୍ଲାରେ ଆଜି ପ୍ରବଳ […]

author-image
Tapaswini Nayak
ଅଦ୍ୟତନ ହୋଇଛି
ବର୍ଷା ସହ ମାରିବ ଘଡ଼ଘଡ଼ି; ୫ଜିଲ୍ଲାକୁ ସତର୍କ ସୂଚନା

rain-00

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଯୋଗୁଁ ଗତକାଲିଠୁ ଉପକୂଳ ଏବଂ ଦକ୍ଷିଣ ଓଡ଼ିଶାରେ ବର୍ଷା ଜାରି ରହିଛି। ଆଜି ୧୨ଟି ଜିଲ୍ଲାରେ ବର୍ଷା ଜାରି ରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ୧୨ଟି ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣି ଜାରି କରାଯାଇଛି। ସେହି ଜିଲ୍ଲା ଗୁଡିକ ହେଲା କଟକ, ଭଦ୍ରକ, ପୁରୀ, ଜଗତସିଂହପୁର, ବାଲେଶ୍ୱର, ସମ୍ବଲପୁର, ଦେବଗଡ଼, କନ୍ଧମାଳ, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼ ଓକେନ୍ଦ୍ରାପଡ଼ା।

Advertisment

ଏହି ସବୁ ଜିଲ୍ଲାରେ ଆଜି ପ୍ରବଳ ବର୍ଷା ହେବା ନେଇ ଅନୁମାନ କରାଯାଇଛି। ତେବେ ଆସନ୍ତାକାଲି ରାଜ୍ୟର ସମସ୍ତ ଅଞ୍ଚଳରେ ବର୍ଷାର ପରିମାଣ ବଢ଼ିବ। ପ୍ରାୟତଃ ରାଜ୍ୟର ସମସ୍ତ ଜିଲ୍ଲାରେ ବର୍ଷା ହୋଇପାରେ। ଏପରି ପାଗ ଆସନ୍ତା ୫ ଦିନ ଯାଏ ଜାରି ରହିବ। ଫଳରେ ସମୁଦ୍ର ଭିତରକୁ ମତ୍ସଜୀବୀଙ୍କୁ ଯିବାକୁ ବାରଣ କରାଯାଇଛି। ଗତକାଲିଠୁ ରାଜଧାନୀ ଭୁବନେଶ୍ୱର, କଟକ, ପୁରୀ, ବ୍ରହ୍ମପୁର, ଭଦ୍ରକ, ଯାଜପୁର, ବାଲେଶ୍ୱର ସହରରେ ବର୍ଷା ଜାରି ରହିଛି।

ଅପରପକ୍ଷେ ପ୍ରବଳ ବର୍ଷାର ଆଶଙ୍କା ଥିବାରୁ ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ଏସ୍ଆରର୍ସି। ବିଶେଷ କରି ଜଳ ନିଷ୍କାସନ, ପାହାଡିଆ ଅଞ୍ଚଳରେ ଭୂସ୍ଖଳନ ପ୍ରତି ନଜର ରଖିବାକୁ କୁହାଯାଇଛି।

Advertisment
Rain