କାଲିଠୁ ୮ ଜିଲ୍ଲାରେ କାଚିବ!

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଗୋଟିଏ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଯାହା ଅନୁମାନ କରାଯାଉଛି, ସୃଷ୍ଟ ହୋଇଥିବା ଲଘୁଚାପ ଆଗାମୀ ୧୨ ଘଣ୍ଟାରେ ଘନୀଭୂତ ହେବ। ଆସନ୍ତା ୧୨ ଘଣ୍ଟାରେ ଘନୀଭୂତ ହୋଇ ଅବପାତର ରୂପ ନେବ। ତାହାର ପରବର୍ତ୍ତୀ ୪୮ ଘଣ୍ଟା ଭିତରେ ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରି ଓଡ଼ିଶା ଉପକୂଳ ଆଡ଼କୁ ମୁହାଁଇବାର ସମ୍ଭାବନା ରହିଛି। ପ୍ରଭାବରେ କାଲିଠୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା। ଆସନ୍ତାକାଲି ପାଇଁ […]

weather

weather

Manoranjan Sial
  • Published: Friday, 24 September 2021
  • Updated: 24 September 2021, 08:18 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଗୋଟିଏ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଯାହା ଅନୁମାନ କରାଯାଉଛି, ସୃଷ୍ଟ ହୋଇଥିବା ଲଘୁଚାପ ଆଗାମୀ ୧୨ ଘଣ୍ଟାରେ ଘନୀଭୂତ ହେବ। ଆସନ୍ତା ୧୨ ଘଣ୍ଟାରେ ଘନୀଭୂତ ହୋଇ ଅବପାତର ରୂପ ନେବ। ତାହାର ପରବର୍ତ୍ତୀ ୪୮ ଘଣ୍ଟା ଭିତରେ ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରି ଓଡ଼ିଶା ଉପକୂଳ ଆଡ଼କୁ ମୁହାଁଇବାର ସମ୍ଭାବନା ରହିଛି। ପ୍ରଭାବରେ କାଲିଠୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା। ଆସନ୍ତାକାଲି ପାଇଁ ୮ ଜିଲ୍ଲାକୁ ପାଣିପାଗ ବିଭାଗର ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

୨୬ ତାରିଖ ପାଇଁ ୪ ଜିଲ୍ଲାକୁ ପାଣିପାଗ ବିଭାଗର ରେଡ୍ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ୪ ଜିଲ୍ଲାକୁ ରେଡ୍ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। କନ୍ଧମାଳ, ଗଞ୍ଜାମ, ରାୟଗଡ଼ା, ଗଜପତିକୁ ରେଡ୍‌ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ୨୭ ତାରିଖ ଯାଏଁ ଗଭୀର ସମୁଦ୍ରକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos