ପ୍ରବଳ ବର୍ଷିବ, ଘଡଘଡ଼ି ମାରିବ: ସତର୍କ ସୂଚନା ଜାରି କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): କାଳବୈଶାଖୀ ପ୍ରଭାବରେ ଆଜି ପ୍ରବଳ ବର୍ଷିବ। ଘଡଘଡ଼ି ବି ମାରିବ। ଏଥିପାଇଁ ୮ଟି ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ। ଏହି ସମୟରେ ଘରୁ ନବାହାରିବାକୁ ପରାମର୍ଶ ଦିଆଯାଇଛି। କାଳବୈଶାଖୀ ପ୍ରଭାବରେ ନୟାଗଡ଼, କନ୍ଧମାଳ, ପୁରୀ, କଟକ, ଜଗତସିଂହପୁର, ଢେଙ୍କାନାଳ, କେନ୍ଦ୍ରାପଡ଼ା ଓ ଯାଜପୁର ଜିଲ୍ଲାରେ ଆଜି ପ୍ରବଳ ବର୍ଷା ହେବ। ଝଡ଼ତୋଫାନ ମଧ୍ୟ ହେବ। ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୫୦ରୁ ୬୦ […]

rain

Rakesh Mallick
  • Published: Wednesday, 09 May 2018
  • , Updated: 09 May 2018, 05:45 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): କାଳବୈଶାଖୀ ପ୍ରଭାବରେ ଆଜି ପ୍ରବଳ ବର୍ଷିବ। ଘଡଘଡ଼ି ବି ମାରିବ। ଏଥିପାଇଁ ୮ଟି ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ। ଏହି ସମୟରେ ଘରୁ ନବାହାରିବାକୁ ପରାମର୍ଶ ଦିଆଯାଇଛି।

କାଳବୈଶାଖୀ ପ୍ରଭାବରେ ନୟାଗଡ଼, କନ୍ଧମାଳ, ପୁରୀ, କଟକ, ଜଗତସିଂହପୁର, ଢେଙ୍କାନାଳ, କେନ୍ଦ୍ରାପଡ଼ା ଓ ଯାଜପୁର ଜିଲ୍ଲାରେ ଆଜି ପ୍ରବଳ ବର୍ଷା ହେବ। ଝଡ଼ତୋଫାନ ମଧ୍ୟ ହେବ। ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୫୦ରୁ ୬୦ କିମି ରହିବ। ଏହି ସମୟରେ ବାହାରକୁ ନବାହାରିବା ପାଇଁ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

Related story