ଏହି ସବୁ ଜିଲ୍ଲାରେ ଅତିପ୍ରବଳ ବର୍ଷା ହେବ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପ୍ରଭାବରେ ବର୍ଷା ଜାରି ରହିଛି। ୮ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଆସନ୍ତାକାଲି ସକାଳ ୮ଟା ୩୦ ଯାଏଁ ରାଜ୍ୟର ୧୬ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ ଓ ଅନୁଗୋଳରେ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଗଜପତି, ରାୟଗଡ଼ା, ବୌଦ୍ଧ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ବଲାଙ୍ଗିର, କଟକ, ଜଗତସିଂହପୁର, […]

heavy-rain

Manoranjan Sial
  • Published: Saturday, 03 October 2020
  • , Updated: 03 October 2020, 04:14 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପ୍ରଭାବରେ ବର୍ଷା ଜାରି ରହିଛି। ୮ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଆସନ୍ତାକାଲି ସକାଳ ୮ଟା ୩୦ ଯାଏଁ ରାଜ୍ୟର ୧୬ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ ଓ ଅନୁଗୋଳରେ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଗଜପତି, ରାୟଗଡ଼ା, ବୌଦ୍ଧ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ବଲାଙ୍ଗିର, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳ ଓ ସୁବର୍ଣ୍ଣପୁର ଜିଲ୍ଲାରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ସତର୍କ କରିଛି।

ସୂଚନାରୁ ପ୍ରକାଶ, ଲଘୁଚାପ ପ୍ରଭାବରେ ଗତ ଦୁଇ ଦିନ ହେଲା ବର୍ଷା ଲାଗି ରହିଛି। ବିଶେଷ କରି କଟକ ଓ ଭୁବନେଶ୍ୱରରେ ବର୍ଷା ଲାଗି ରହିଛି। ବର୍ଷା ପାଣି ରାସ୍ତାରେ ଜମି ରହିଥିବାରୁ ଯିବା ଆସିବାରେ ବହୁ ଅସୁବିଧା ହେଉଛି।

Related story