ଆଜିଠୁ ରାଜ୍ୟରେ ପ୍ରବଳ ବର୍ଷା

ଭୁବନେଶ୍ୱର( ଓଡ଼ିଶା ରିପୋର୍ଟର): ପୁଣି ଲେଉଟିବ ବର୍ଷା। ଆଜିଠାରୁ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଯାହା ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ର ମଧ୍ୟରେ ରହୁଛି। ଏହା ପ୍ରଭାବରେ ଆଜିଠାରୁ ଦକ୍ଷିଣ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷିବ। ୬ ତାରିଖଠାରୁ ବର୍ଷା ପରିମାଣ ବଢିବ।

ଓଡ଼ିଶାର ଅର୍ଦ୍ଧାଧିକ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ରାଜ୍ୟରେ ଏବେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି।