Advertisment

ଚାରି ଜିଲ୍ଲାକୁ ରେଡ୍‌ ୱାର୍ଣ୍ଣିଂ; ପ୍ରବଳ ବର୍ଷିବ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଧାନ ଅମଳ ସମୟରେ ଆସୁଛି ବାତ୍ୟା। ପ୍ରବଳ ଛେଚିବା ନେଇ ଭାରତୀୟ ପାଣିପାଗ ବିଭାଗ(ଆଏମ୍‌ଡି) ପୂର୍ବାନୁମାନ କରୁଥିବା ଡିସେମ୍ୱର ୪ ତାରିଖ ପାଇଁ ଗଜପତି, ଗଞ୍ଜାମ, ପୁରୀ ଓ ଜଗତସିଂହପୁର ଜିଲ୍ଲାକୁ ରେଡ୍‌ ୱାର୍ଣ୍ଣିଂ ଜାରି କରିଛି। ଏହାକୁ ନେଇ ଚାଷୀଙ୍କ ମଧ୍ୟ ଛନକା ପଶି ଯାଇଛି। ତେଣୁ ତର ତର ହୋଇ ଅମଳ ଧାନକୁ ଘରକୁ ନେଇ ଆସୁଛି। ମଙ୍ଗଳବାର ଦକ୍ଷିଣ ଆଣ୍ଡାମାନ ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିଲା ଲଘୁଚାପ। […]

author-image
Manoranjan Sial
ଅଦ୍ୟତନ ହୋଇଛି
ଚାରି ଜିଲ୍ଲାକୁ ରେଡ୍‌ ୱାର୍ଣ୍ଣିଂ; ପ୍ରବଳ ବର୍ଷିବ

Rain

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଧାନ ଅମଳ ସମୟରେ ଆସୁଛି ବାତ୍ୟା। ପ୍ରବଳ ଛେଚିବା ନେଇ ଭାରତୀୟ ପାଣିପାଗ ବିଭାଗ(ଆଏମ୍‌ଡି) ପୂର୍ବାନୁମାନ କରୁଥିବା ଡିସେମ୍ୱର ୪ ତାରିଖ ପାଇଁ ଗଜପତି, ଗଞ୍ଜାମ, ପୁରୀ ଓ ଜଗତସିଂହପୁର ଜିଲ୍ଲାକୁ ରେଡ୍‌ ୱାର୍ଣ୍ଣିଂ ଜାରି କରିଛି। ଏହାକୁ ନେଇ ଚାଷୀଙ୍କ ମଧ୍ୟ ଛନକା ପଶି ଯାଇଛି। ତେଣୁ ତର ତର ହୋଇ ଅମଳ ଧାନକୁ ଘରକୁ ନେଇ ଆସୁଛି।

Advertisment

ମଙ୍ଗଳବାର ଦକ୍ଷିଣ ଆଣ୍ଡାମାନ ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିଲା ଲଘୁଚାପ। ଏହା ଆଣ୍ଡାମାନ ସାଗରରେ ପ୍ରବେଶ କରିବା ପରେ ଆଜି କେନ୍ଦ୍ରୀୟ ଆଣ୍ଡାମାନ ସାଗର ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିଛି। ଆସନ୍ତାକାଲି ଅର୍ଥାତ ୨ ତାରିଖରେ ଏହା ଘନୀଭୂତ ହୋଇ ଏକ ଅବପାତର ରୂପ ନେବ। ଲଘୁଚାପ ଅବପାତର ରୂପ ନେବାର ୨୪ ଘଣ୍ଟା ମଧ୍ୟରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ବାତ୍ୟାରେ ପରିଣତ ହେବାର ସମ୍ଭାବନା ରହିଛି। ଏହା ପରବର୍ତ୍ତୀ ସମୟରେ ଉତ୍ତର-ପଶ୍ଚିମ ଦିଗକୁ ଗତି କରିବା ସହ ଆହୁରି ତୀବ୍ର ହୋଇ ୪ ତାରିଖ ସକାଳ ସମୟରେ ଉତ୍ତର ଆନ୍ଧ୍ରପ୍ରଦେଶ-ଓଡ଼ିଶା ଉପକୂଳରେ ପହଞ୍ଚିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଓଡ଼ିଶାର କେତେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହ ପ୍ରବଳ ବେଗରେ ପବନ ମଧ୍ୟ ବହିବ। ଏନେଇ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

https://twitter.com/mcbbsr/status/1465990848881905673?s=20

୩ ତାରିଖ ସକାଳ ସାଢ଼େ ୮ଟାରୁ ୪ ତାରିଖ ସକାଳ ସାଢ଼େ ୮ଟା ଭିତରେ ଗଜପତି, ଗଞ୍ଜାମ, ପୁରୀ ଓ ଜଗତସିଂହପୁର ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି।

Advertisment

୪ ତାରିଖ ସକାଳ ସାଢ଼େ ୮ଟାରୁ ୫ ତାରିଖ ସକାଳ ସାଢ଼େ ୮ଟା ଭିତରେ ଗଜପତି, ଗଞ୍ଜାମ, ପୁରୀ ଓ ଜଗତସିଂହପୁର ଜିଲ୍ଲାରେ କିଛି କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଏଥିସହ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ରେଡ୍‌ ୱାର୍ଣ୍ଣିଂ ଜାରି କରାଯାଇଛି। ଠିକ୍‌ ସେହିପରି ଖୋର୍ଦ୍ଧା, ନୟାଗଡ଼, କେନ୍ଦ୍ରାପଡ଼ା, କଟକ, କନ୍ଧମାଳ, ରାୟଗଡ଼ା ଓ କୋରାପୁଟ ଜିଲ୍ଲାରେ କୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା କରାଯାଉଛି। ସେଥିପାଇଁ ପାଣିପାଗ ବିଭାଗ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି। ଏହାଛଡ଼ା ଭଦ୍ରକ, ବାଲେଶ୍ୱର ଓ ମାଲକାନଗିରି ଜିଲ୍ଲାରେ ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୫ ତାରିଖ ସକାଳ ସାଢ଼େ ୮ଟାରୁ ୬ ତାରିଖ ସକାଳ ସାଢ଼େ ୮ଟା ଭିତରେ କେନ୍ଦୁଝର, ଢ଼େଙ୍କାନାଳ, ଅନୁଗୋଳ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Cyclone Jawad