ଗଞ୍ଜାମ, ପୁରୀରେ ହେବ ପ୍ରବଳ ବର୍ଷା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ୱେଲ୍‌ମାର୍କରେ ପରିଣତ ହୋଇଛି। ୨୪ ଘଣ୍ଟା ମଧ୍ୟରେ ଲଘୁଚାପଟି ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ପରବର୍ତ୍ତୀ ୨୪ ଘଣ୍ଟାରେ ଏହା ତୀବ୍ର ଅବପାତର ରୂପ ନେବା ସମ୍ଭାବନା ରହିଛି। ପରେ ପଶ୍ଚିମ-ଉତ୍ତର ପଶ୍ଚିମକୁ ଗତିକରି ୧୨ରେ ଆନ୍ଧ୍ର ଉପକୂଳ ଛୁଇଁବ। ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣ ବର୍ଷା ସମ୍ଭାବନା। ଆସନ୍ତାକାଲି ସକାଳ ୮ଟା ୩୦ ପର୍ଯ୍ୟନ୍ତ ଗଞ୍ଜାମ ଓ ପୁରୀକୁ ୟେଲୋ ୱାର୍ଣ୍ଣିଂ। […]

rain

Manoranjan Sial
  • Published: Saturday, 10 October 2020
  • , Updated: 10 October 2020, 03:48 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ୱେଲ୍‌ମାର୍କରେ ପରିଣତ ହୋଇଛି। ୨୪ ଘଣ୍ଟା ମଧ୍ୟରେ ଲଘୁଚାପଟି ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ପରବର୍ତ୍ତୀ ୨୪ ଘଣ୍ଟାରେ ଏହା ତୀବ୍ର ଅବପାତର ରୂପ ନେବା ସମ୍ଭାବନା ରହିଛି। ପରେ ପଶ୍ଚିମ-ଉତ୍ତର ପଶ୍ଚିମକୁ ଗତିକରି ୧୨ରେ ଆନ୍ଧ୍ର ଉପକୂଳ ଛୁଇଁବ। ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣ ବର୍ଷା ସମ୍ଭାବନା। ଆସନ୍ତାକାଲି ସକାଳ ୮ଟା ୩୦ ପର୍ଯ୍ୟନ୍ତ ଗଞ୍ଜାମ ଓ ପୁରୀକୁ ୟେଲୋ ୱାର୍ଣ୍ଣିଂ। ଏହି ଦୁଇ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗର ପୂର୍ବାନୁମାନ।

ସୂଚନାରୁ ପ୍ରକାଶ, ଗୋଟିଏ ପରେ ଗୋଟିଏ ଲଘୁଚାପ ଆସୁଥିବାରୁ ଓଡ଼ିଶାରେ ବର୍ଷା ଲାଗି ରହିଛି। ଆଜି କଟକ ଓ ଭୁବନେଶ୍ୱର ଆକାଶ ମେଘାଚ୍ଛନ୍ନ ରହିଛି। ଏପରିକି ମଧ୍ୟାହ୍ନରେ ଛିପିଛିପି ମେଘ ହୋଇଛି।

 

Related story