Advertisment

‘୨୫ରୁ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷିବ’

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବାତ୍ୟା ସମ୍ପର୍କିତ ପୂର୍ବାନୁମାନରେ କୌଣସି ପରିବର୍ତ୍ତନ କରାଯାଇନି। ଆଜି ଆଣ୍ଡାମାନ ଓ ଆଖପାଖ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇସାରିଛି। ଆସନ୍ତାକାଲି ସୁଦ୍ଧା ଲଘୁଚାପରେ ପରିଣତ ହେବ। ୨୩ ତାରିଖରେ ଅବପାତର ରୂପ ନେବ। ୨୪ ତାରିଖରେ ବାତ୍ୟାରେ ରୂପାନ୍ତରିତ ହୋଇ ଉତ୍ତର-ପଶ୍ଚିମ ଦିଗକୁ ଗତି କରିବ। ଏହା ପ୍ରଭାବରେ ୨୫ରୁ ଓଡ଼ିଶା ଉପକୂଳ ଅଞ୍ଚଳରେ ବର୍ଷା ଆରମ୍ଭ ହେବ। ସାଧାରଣତଃ ବାତ୍ୟା ଗତିପଥର ଡାହାଣ ପାର୍ଶ୍ୱରେ ଅଧିକ ପବନ ଓ ବର୍ଷା ହୁଏ। ବାତ୍ୟାର […]

author-image
Manoranjan Sial
ଅଦ୍ୟତନ ହୋଇଛି
‘୨୫ରୁ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷିବ’

cyclone

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବାତ୍ୟା ସମ୍ପର୍କିତ ପୂର୍ବାନୁମାନରେ କୌଣସି ପରିବର୍ତ୍ତନ କରାଯାଇନି। ଆଜି ଆଣ୍ଡାମାନ ଓ ଆଖପାଖ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇସାରିଛି। ଆସନ୍ତାକାଲି ସୁଦ୍ଧା ଲଘୁଚାପରେ ପରିଣତ ହେବ। ୨୩ ତାରିଖରେ ଅବପାତର ରୂପ ନେବ। ୨୪ ତାରିଖରେ ବାତ୍ୟାରେ ରୂପାନ୍ତରିତ ହୋଇ ଉତ୍ତର-ପଶ୍ଚିମ ଦିଗକୁ ଗତି କରିବ। ଏହା ପ୍ରଭାବରେ ୨୫ରୁ ଓଡ଼ିଶା ଉପକୂଳ ଅଞ୍ଚଳରେ ବର୍ଷା ଆରମ୍ଭ ହେବ। ସାଧାରଣତଃ ବାତ୍ୟା ଗତିପଥର ଡାହାଣ ପାର୍ଶ୍ୱରେ ଅଧିକ ପବନ ଓ ବର୍ଷା ହୁଏ। ବାତ୍ୟାର ବାମପଟ ଅର୍ଥାତ୍ ଓଡ଼ିଶା ଉପକୂଳ ଅଞ୍ଚଳ ମଧ୍ୟ ପ୍ରଭାବିତ ହେବ। ଉତ୍ତର ଓଡ଼ିଶା ଓ ପଶ୍ଚିମବଙ୍ଗର କିଛି ଅଞ୍ଚଳ ଅଧିକ ପ୍ରଭାବିତ ହେବ। ଅବପାତରେ ପରିଣତ ହୋଇନଥିବାରୁ ଲ୍ୟାଣ୍ଡଫଲ୍‌ ସ୍ଥାନ ନିରୂପଣ ହୋଇନି। ସମ୍ଭାବ୍ୟ ବାତ୍ୟା ନେଇ IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି।

Advertisment

ଆରବ ସାଗର ଉପରେ ସୃଷ୍ଟି ହୋଇଥିବା ଅତ୍ୟନ୍ତ ଭୟଙ୍କର ସାମୁଦ୍ରିକ ଝଡ଼ ତଉକତେ ଗୁଜରାଟରେ ତାଣ୍ଡବ ରଚିଥିବା ବେଳେ ମହାରାଷ୍ଟ୍ରରେ ବ୍ୟାପକ କ୍ଷୟକ୍ଷତି କରାଇଛି। ବାତ୍ୟା ଗୁଜରାଟରେ ୧୪ରୁ ଅଧିକ ଲୋକଙ୍କ ଜୀବନ ଯାଇଥିବା ବେଳେ ବ୍ୟାପକ କ୍ଷୟକ୍ଷତି ଘଟାଇଛି। ଲୋକଙ୍କ ମନରୁ ଏହି ବାତ୍ୟାର ଭୟ ଦୂର ହୋଇନାହିଁ। ତେବେ ଆଉ ଏକ ବାତ୍ୟା ଆସିବା ଖବର ଉତ୍ତର ଓଡ଼ିଶା ଓ ପଶ୍ଚିମବଙ୍ଗ ଲୋକଙ୍କ ମନରେ ଛନକା ସୃଷ୍ଟି କରିଛି।

ବାତ୍ୟା ୟାସ୍‌ ସମ୍ବନ୍ଧୀୟ ସମସ୍ତ ଲାଇଭ୍‌ ଅପଡେଟ୍ ପାଇଁ କ୍ଲିକ କରନ୍ତୁ

ତେବେ ବାତ୍ୟା ୟାସ୍‌ ଲ୍ୟାଣ୍ଡଫଲ୍‌ ପାଇଁ ସ୍ଥାନ ନିରୂପଣ ହୋଇନଥିଲେ ମଧ୍ୟ ଓଡ଼ିଶା ସରକାର ପ୍ରସ୍ତୁତିକୁ ଜୋରଦାର କରିଛନ୍ତି। ସମ୍ଭାବ୍ୟା ବାତ୍ୟା ନେଇ SRC ଆଜି IMD, NDMA ଓ ଅନ୍ୟାନ୍ୟ ଅଧିକାରୀଙ୍କ ସହ ବୈଠକ କରିଛନ୍ତି। ବୈଠକ ପରେ ଏସ୍‌ଆରସି କହିଛନ୍ତି, “IMD ଆକଳନ ଅନୁସାରେ କାଲି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ୨୩ରେ ତାହା ଡିପ୍ରେସନ ଓ ୨୪ରେ ବାତ୍ୟାରେ ପରିଣତ ହେବ।ପ୍ରାକ ଆକଳନ ଅନୁସାରେ ଉତ୍ତର ଓଡ଼ିଶା-ସୁନ୍ଦରବନ ମଧ୍ୟରେ ସ୍ଥଳ ଛୁଇଁବ। ତେବେ ତାହାର ଗତି, ବେଗ, ତୀବ୍ରତା କେତେ ରହିବ IMD କହିନି। ତେବେ ସମ୍ଭାବ୍ୟ ବାତ୍ୟାକୁ ନେଇ ରାଜ୍ୟ ସରକାର ପ୍ରସ୍ତୁତ ରହିଛନ୍ତି। ଓଡ୍ରାଫ, ଅଗ୍ନିଶମ ଏବଂ NDRF ଟିମ୍‌କୁ ପଠାଯାଉଛି। ଗୁଜରାଟ ଯାଇଥିବା NDRFର ୫ଟି ଟିମ ଆଜି ଫେରି ଆସିବେ।”

Advertisment

ସେ ଆହୁରି କହିଛନ୍ତି-“ବାତ୍ୟାକୁ ଦେଖି ଆଜିଠାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଛଡ଼ା ଯାଉନି। ଯେଉଁ ମାଛଧରା ବୋଟ୍‌ରେ ଅଛନ୍ତି, ସେମାନଙ୍କୁ କୋଷ୍ଟଗାର୍ଡ ଫେରାଇ ଆଣୁଛନ୍ତି। ସହରରେ ଲାଗିଥିବା ହାଇମାଷ୍ଟ ଲାଇଟ ତଳକୁ ଖସାଇ ଅଣାଯିବ। ବିଜ୍ଞାପନ ଲାଗିଥିବା ବିଭିନ୍ନ ହୋର୍ଡିଂ ଓ ବୋର୍ଡ ଖୋଲିବାକୁ କୁହାଯାଇଛି। ୨୪ ସୁଦ୍ଧା ନଖୋଲିଲେ ପୌର କର୍ମଚାରୀ ଜୋର କରି ଖୋଲିବେ।”

Cyclone Yaas