ବର୍ଷିବ, ଘଡ଼ଘଡ଼ି ବି ମାରିବ: ସତର୍କ କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ପ୍ରବଳ ବର୍ଷା ହେବ। ଘଡଘଡ଼ି ମାରିବା ସହ ପବନ ମଧ୍ୟ ବୋହିବ। ଏଥିପାଇଁ ୧୩ ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଏହି ସମୟରେ ଘରୁ ନବାହାରିବା ପାଇଁ ପରାମର୍ଶ ଦିଆଯାଇଛି। କାଳବୈଶାଖୀ ପ୍ରଭାବରେ ଆଜି ରାଜ୍ୟର କେନ୍ଦୁଝର, ମୟୂରଭଂଜ, ବାଲେଶ୍ୱର, ଯାଜପୁର, ଅନୁଗୋଳ, ଢେଙ୍କାନାଳ, ନୟାଗଡ଼, କନ୍ଧମାଳ, ଖୋର୍ଦ୍ଧା, ପୁରୀ, ଗଂଜାମ, ଗଜପତି ଓ ରାୟଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ହେବ। ପବନ ବୋହିବ। […]

heavy rain in odisha

Rakesh Mallick
  • Published: Friday, 01 June 2018
  • , Updated: 01 June 2018, 03:16 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ପ୍ରବଳ ବର୍ଷା ହେବ। ଘଡଘଡ଼ି ମାରିବା ସହ ପବନ ମଧ୍ୟ ବୋହିବ। ଏଥିପାଇଁ ୧୩ ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଏହି ସମୟରେ ଘରୁ ନବାହାରିବା ପାଇଁ ପରାମର୍ଶ ଦିଆଯାଇଛି।

କାଳବୈଶାଖୀ ପ୍ରଭାବରେ ଆଜି ରାଜ୍ୟର କେନ୍ଦୁଝର, ମୟୂରଭଂଜ, ବାଲେଶ୍ୱର, ଯାଜପୁର, ଅନୁଗୋଳ, ଢେଙ୍କାନାଳ, ନୟାଗଡ଼, କନ୍ଧମାଳ, ଖୋର୍ଦ୍ଧା, ପୁରୀ, ଗଂଜାମ, ଗଜପତି ଓ ରାୟଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ହେବ। ପବନ ବୋହିବ। ବଜ୍ରପାତ ବି ହେବ। ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିବା ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ କହିଛି। ଏହି ସମୟରେ ଘରେ ରହିବାକୁ ସତର୍କ କରାଯାଇଛି।

ସୂଚନାରୁ ପ୍ରକାଶ, ଗତ କିଛି ଦିନ ଧରି ଦିନବେଳେ ପ୍ରବଳ ଖରା ହେଉଛି ଓ ସଞ୍ଜ ହେଲେ ଆକାଶରେ କଳାହାଣ୍ଡିଆ ମେଘ ଘୋଟି ଆସୁଛି। ପରେ ପ୍ରବଳ ବର୍ଷା ହେଉଛି। ଘଡ଼ଘଡ଼ି ମାରିବାରୁ ଜୀବନ ଯାତ୍ରା ପ୍ରଭାବିତ ହେଉଛି। ବର୍ଷା ଯୋଗୁଁ ରାଜ୍ୟରେ ବ୍ୟାପକ ଫସଲ ନଷ୍ଟ ହୋଇଥିବା ଅଭିଯୋଗ ହୋଇଛି।

Related story