ଲଘୁଚାପ ବର୍ଷା: ଜିଲ୍ଲାପାଳଙ୍କୁ ଆଲର୍ଟ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ସମସ୍ତ ଜିଲ୍ଲାପାଳଙ୍କୁ ଆଲର୍ଟ ରହିବା ପାଇଁ ରାଜ୍ୟ ସରକାର ନିର୍ଦ୍ଦେଶ ଜାରି କରିଛନ୍ତି । ସ୍ୱତନ୍ତ୍ର ରିଲିଫ କମିଶନର ବିଷ୍ଣୁପଦ ସେଠୀ ଆଜି ସମସ୍ତ ଜିଲ୍ଲାପାଳଙ୍କୁ ଚିଠି ଲେଖି ଲଘୁଚାପ ବର୍ଷା ଯୋଗୁ ରାଜ୍ୟରେ ବନ୍ୟା ଓ ଜଳବନ୍ଦୀ ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି ବୋଲି ସତର୍କବାଣୀ ଶୁଣାଇଛନ୍ତି। ଯେଉଁସବୁ […]

Rain-in-Bhubaneswar8888

Manoranjan Sial
  • Published: Saturday, 31 August 2019
  • , Updated: 31 August 2019, 06:17 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ସମସ୍ତ ଜିଲ୍ଲାପାଳଙ୍କୁ ଆଲର୍ଟ ରହିବା ପାଇଁ ରାଜ୍ୟ ସରକାର ନିର୍ଦ୍ଦେଶ ଜାରି କରିଛନ୍ତି । ସ୍ୱତନ୍ତ୍ର ରିଲିଫ କମିଶନର ବିଷ୍ଣୁପଦ ସେଠୀ ଆଜି ସମସ୍ତ ଜିଲ୍ଲାପାଳଙ୍କୁ ଚିଠି ଲେଖି ଲଘୁଚାପ ବର୍ଷା ଯୋଗୁ ରାଜ୍ୟରେ ବନ୍ୟା ଓ ଜଳବନ୍ଦୀ ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି ବୋଲି ସତର୍କବାଣୀ ଶୁଣାଇଛନ୍ତି। ଯେଉଁସବୁ ଜିଲ୍ଲାଗୁଡ଼ିକ ପାଇଁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଠିଂ ଜାରି ହୋଇଛି ସେସବୁ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ଅଧିକ ସତର୍କତା ଅବଲମ୍ବନ କରି ଆବଶ୍ୟକ ପ୍ରସ୍ତୁତି ନିମନ୍ତେ ନିର୍ଦ୍ଦେଶ ଦିଆଯାଇଛି। ତଳିଆ ଅଞ୍ଚଳରେ ରହୁଥିବା ଲୋକଙ୍କୁ ନିରାପଦ ସ୍ଥାନକୁ ସ୍ଥାନାନ୍ତର କିରବା ପାଇଁ ଆଗୁଆ ପ୍ରସ୍ତୁତି ସହ ସେଠାରେ ଆବଶ୍ୟକ ଖାଦ୍ୟସାମଗ୍ରୀ, ପାନୀୟ ଜଳ, ଆଲୋକ, ସ୍ୱାସ୍ଥ୍ୟ ସୁବିଧା ଉପଲବ୍ଧ କରାଇବାକୁ କୁହାଯାଇଛି। ପ୍ରତ୍ୟେକ ଜିଲ୍ଲା ମୁଖ୍ୟାଳୟରେ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍ ଖୋଲିବା ନିମନ୍ତେ ନିର୍ଦ୍ଦେଶ ଦିଆଯାଇଛି। ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ଯିବା ଉପରେ କଟକଣା ଜାରି ହୋଇଛି ।

୭ଟି ଜିଲ୍ଲା ଯଥା ମାଲକାନଗିରି, କୋରାପୁଟ, ରାୟଗଡ଼ା, କଳାହାଣ୍ଡି, ଗଜପତି, ନବରଙ୍ଗପୁର ଓ କନ୍ଧମାଳ ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବାବେଳେ ଏସବୁ ଜିଲ୍ଲାରେ ଆସନ୍ତାକାଲିଠୁ ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରାଯାଇଛି । ସେହିପରି ୨ ତାରିଖରୁ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ଗଜପତି ଓ ରାୟଗଡ଼ା ଜିଲ୍ଲାର ଅଧିକାଂଶ ଅଞ୍ଚଳରେ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାବେଳେ ଏସବୁ ଜିଲ୍ଲାରେ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ୩ ତାରିଖରେ ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ବରଗଡ଼, କେନ୍ଦୁଝର ଜିଲ୍ଲାରେ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

Related story