କାଲି ଲଘୁଚାପ, ୭ ଯାଏ ପ୍ରବଳ ବର୍ଷିବ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତାକାଲି ବଙ୍ଗୋପସାଗରରେ ସୃଷ୍ଟି ହେବ ଏକ ଲଘୁଚାପ। ଏହାର ପ୍ରଭାବରେ ୭ ତାରିଖ ଯାଏ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଗଞ୍ଜାମ, ବଲାଙ୍ଗିର, ବୌଦ୍ଧ, କନ୍ଧମାଳ ଓ ମୟୂରଭଞ୍ଜକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ଏହାଛଡ଼ା ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼ ଓ କୋରାପୁଟ ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ଲଘୁଚାପକୁ ଦୃଷ୍ଟିରେ ରଖି ୬ ତାରିଖ ଯାଏ ସମୁଦ୍ର […]

rain-1

rain-1

Manoranjan Sial
  • Published: Monday, 03 August 2020
  • Updated: 03 August 2020, 04:29 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତାକାଲି ବଙ୍ଗୋପସାଗରରେ ସୃଷ୍ଟି ହେବ ଏକ ଲଘୁଚାପ। ଏହାର ପ୍ରଭାବରେ ୭ ତାରିଖ ଯାଏ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଗଞ୍ଜାମ, ବଲାଙ୍ଗିର, ବୌଦ୍ଧ, କନ୍ଧମାଳ ଓ ମୟୂରଭଞ୍ଜକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ଏହାଛଡ଼ା ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼ ଓ କୋରାପୁଟ ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ଲଘୁଚାପକୁ ଦୃଷ୍ଟିରେ ରଖି ୬ ତାରିଖ ଯାଏ ସମୁଦ୍ର ଭିତରକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପରାମର୍ଶ ଦେଇଛି।

ଲଘୁଚାପ ସକ୍ରିୟ ହେବା ପୂର୍ବରୁ ଗତକାଲିଠାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଛି। ଗତକାଲି ସନ୍ଧ୍ୟା ବେଳେ ଭୁବନେଶ୍ୱର ଆଖାପାଖ ଅଞ୍ଚଳରେ ବର୍ଷା ହୋଇଛି। ଏପରିକି ଘଡଘଡ଼ି ମଧ୍ୟ ମାରିଛି। ଆଜି ସକାଳେ ଉତ୍ତର ଓଡ଼ିଶାର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇଛି। ଯାହାଫଳରେ ଲୋକେ ନାନା ଅସୁବିଧାରେ ପଡ଼ିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos