୨୫ ଓ ୨୬ରେ ପ୍ରବଳ ବର୍ଷିବ!

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତା ୨୫ ଓ ୨୬ ତାରିଖରେ ଓଡ଼ିଶାରେ କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରାଯାଇଛି। ଦକ୍ଷିଣ-ପଶ୍ଚିମ ଓ ସଂଲଗ୍ନ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ସାମୁଦ୍ରିକ ଝଡ଼ର ରୂପ ନେଇପାରେ। ଏବେ ଏହା ୱେଲ୍‌ମାର୍କ ଲଘୁଚାପରେ ପରିଣତ ହୋଇଥିବା ବେଳେ ଆସନ୍ତା ୨୪ […]

rain

Manoranjan Sial
  • Published: Sunday, 22 November 2020
  • , Updated: 22 November 2020, 09:42 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତା ୨୫ ଓ ୨୬ ତାରିଖରେ ଓଡ଼ିଶାରେ କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରାଯାଇଛି।

ଦକ୍ଷିଣ-ପଶ୍ଚିମ ଓ ସଂଲଗ୍ନ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ସାମୁଦ୍ରିକ ଝଡ଼ର ରୂପ ନେଇପାରେ। ଏବେ ଏହା ୱେଲ୍‌ମାର୍କ ଲଘୁଚାପରେ ପରିଣତ ହୋଇଥିବା ବେଳେ ଆସନ୍ତା ୨୪ ଘଣ୍ଟାରେ ଆହୁରି ଘନୀଭୂତ ହୋଇ ଅବପାତର ରୂପ ନେବ ଏବଂ ପରବର୍ତ୍ତୀ ୨୪ ଘଣ୍ଟାରେ ସାମୁଦ୍ରିକ ଝଡ଼ର ରୂପ ନେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏହାର ପ୍ରଭାବରେ ୨୫ରୁ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ଓ ୨୬ରେ ଅଧିକାଂଶ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ବର୍ଷା ହେବାର ସମ୍ଭାବନା ରହିଛି।

ଆସନ୍ତା ୨୫ ତାରିଖରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ କୋରାପୁଟ, ରାୟଗଡ଼ା ଓ ଗଜପତି ଜିଲ୍ଲା ପାଇଁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ୨୬ରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଗଜପତି ଓ ରାୟଗଡ଼ା ଏବଂ ପ୍ରବଳ ବର୍ଷା ପାଇଁ କନ୍ଧମାଳ, ନବରଙ୍ଗପୁର, କଳାହାଣ୍ଡି, ମାଲକାନଗିରି ଓ କୋରାପୁଟ ଜିଲ୍ଲାକୁ  ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି।

Related story