ଆସୁଛି ଆଉ ଏକ ଲଘୁଚାପ; ୨୦ ଓ ୨୧ରେ ପ୍ରବଳ ଛେଚିବ!

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଆଉ ଏକ ଘୂର୍ଣ୍ଣିବଳୟ। ୨୦ ତାରିଖ ବେଳକୁ ଏହା ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୧୯ ତାରିଖରୁ ପ୍ରବଳ ବର୍ଷା ଆରମ୍ଭ ହେବାର ଆଶଙ୍କା ରହିଛି। ତେବେ ୨୦ ଓ ୨୧ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ […]

rain

  • Published: Saturday, 17 September 2022
  • , Updated: 17 September 2022, 09:45 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଆଉ ଏକ ଘୂର୍ଣ୍ଣିବଳୟ। ୨୦ ତାରିଖ ବେଳକୁ ଏହା ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୧୯ ତାରିଖରୁ ପ୍ରବଳ ବର୍ଷା ଆରମ୍ଭ ହେବାର ଆଶଙ୍କା ରହିଛି। ତେବେ ୨୦ ଓ ୨୧ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ବୁଲେଟିନ୍‌ ଅନୁସାରେ ୧୯ ତାରିଖ ସକାଳ ସାଢ଼େ ୮ଟ ପର୍ଯ୍ୟନ୍ତ କେନ୍ଦ୍ରାପଡ଼ା, କଟକ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, ଗଞ୍ଜାମ, ଗଜପତି, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରୁ ୭ରୁ ୧୧ ସେମି ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

https://twitter.com/mcbbsr/status/1571071399883870208?s=20&t=IryeEbBg8HC5EKUwdSseUA

୧୯ ତାରିଖ ସକାଳ ସାଢ଼େ ୮ଟାରୁ ୨୦ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ କେନ୍ଦ୍ରାପଡ଼ା, କଟକ, ଖୋର୍ଦ୍ଧା, ଜଗତସିଂହପୁର, ପୁରୀ, ନୟାଗଡ଼, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଜପତି, ଗଞ୍ଜାମ, କୋରାପୁଟ, ମାଲକାନଗିରି, ଭଦ୍ରକ, ଯାଜପୁର, ବାଲେଶ୍ୱର ଓ ମୟୂରଭଞ୍ଜ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

https://twitter.com/mcbbsr/status/1571065223783809024?s=20&t=IryeEbBg8HC5EKUwdSseUA

୨୦ ତାରିଖ ସକାଳ ସାଢ଼େ ୮ଟାରୁ ୨୧ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ସୋନପୁର, ବଲାଙ୍ଗିର, କଳାହାଣ୍ଡି, ବୌଦ୍ଧ, ଅନୁଗୋଳ, ନୟାଗଡ଼, ଢେଙ୍କାନାଳ, କଟକ, ଖୋର୍ଦ୍ଧା ଓ କନ୍ଧମାଳ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୨୦ ସେମି ପର୍ଯ୍ୟନ୍ତ ବର୍ଷା ରେକର୍ଡ କରାଯାଇପାରେ। ଠିକ୍‌ ସେହିପରି ଗଜପତି, ଗଞ୍ଜାମ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ଯାଜପୁର, ବାଲେଶ୍ୱର, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ସମ୍ୱଲପୁର, ସୁନ୍ଦରଗଡ଼, କୋରାପୁଟ, ରାୟଗଡ଼ା, ବରଗଡ଼ ଓ ଝାରସୁଗୁଡ଼ା ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

https://twitter.com/mcbbsr/status/1571062798280708096?s=20&t=IryeEbBg8HC5EKUwdSseUA

୨୧ ତାରିଖ ସକାଳ ସାଢ଼େ ୮ଟାରୁ ୨୨ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ସମ୍ୱଲପୁର, ଝାରସୁଗୁଡ଼ା, ବରଗଡ଼, ବଲାଙ୍ଗିର, ସୋନପୁର, ବୌଦ୍ଧ, ସୁନ୍ଦରଗଡ଼, ଦେବଗଡ଼, ଅନୁଗୋଳ ଓ ନୂଆପଡ଼ା ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା(୭ରୁ ୨୦ ସେମି ପର୍ଯ୍ୟନ୍ତ) ହେବାର ସମ୍ଭାବନା ରହିଛି। ପ୍ରବଳ ବର୍ଷା ନେଇ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଖୋର୍ଦ୍ଧା, ପୁରୀ, କନ୍ଧମାଳ, କଳାହାଣ୍ଡି, ଗଞ୍ଜାମ ଓ ନୟାଗଡ଼ ଜିଲ୍ଲା ପାଇଁ ସତର୍କ ସୂଚନା ଜାରି କରାଯାଇଛି। ଏହି ସବୁ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ୭ରୁ ୧୧ ସେମି ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

https://twitter.com/mcbbsr/status/1571063576265363456?s=20&t=IryeEbBg8HC5EKUwdSseUA

Related story